
ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୪୬୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୨୮, କେନ୍ଦ୍ରାପଡାରୁ ୧୦୪, ସୁନ୍ଦରଗଡରୁ ୭୭, ଅନୁଗୁଳରୁ ୭୨, ବଲାଙ୍ଗୀରିରୁ ୬୫, ପୁରୀରୁ ୫୬, ବାଲେଶ୍ବରରୁ ୫୪, ଝାରସୁଗୁଡାରୁ ୫୩, ନବରଙ୍ଗପୁରରୁ ୪୭, ଯାଜପୁରରୁ ୪୨, ମୟୂରଭଞ୍ଜରୁ ୪୨, କେନ୍ଦୁଝରରୁ ୪୧, ଗଞ୍ଜାମରୁ ୩୯, ନୂଆପଡ଼ାରୁ ୩୬, କଳାହାଣ୍ଡିରୁ ୩୪, ବୌଦ୍ଧରୁ ୩୨, ସମ୍ବଲପୁରରୁ ୩୨, ମାଲକାନଗିରିରୁ ୨୭, ଭଦ୍ରକରୁ ୨୫, କୋରାପୁଟରୁ ୨୪, ନୟାଗଡରୁ ୨୪, ଦେବଗଡ଼ରୁ ୧୬, ଢେଙ୍କାନାଳରୁ ୧୫, କନ୍ଧମାଳରୁ ୧୫, ସୋନପୁରରୁ ୧୫, ଗଜପତିରୁ ୭ ଏବଂ ଷ୍ଟେଟ ପୁଲରୁ ୬୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୮୦ ହଜାର ୫୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୪ ହଜାର ୪୧୫ ମଧ୍ୟରୁ ୧୦ ହଜାର ୯୯୫ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୫୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।