
ଭୁବନେଶ୍ବର : ରାଜ୍ୟରେ ସ୍କୁଲ ଖୋଲିବା ନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ । ଏହି ମାସରେ ଅର୍ଥାତ୍ ନଭେମ୍ବରରେ ହିଁ ସ୍କୁଲ ଖୋଲିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ । ନବମରୁ ଦ୍ବାଦଶ ଯାଏଁ ସମ୍ପୂର୍ଣ୍ଣ କ୍ଲାସ୍ ହେବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ । ସେହିପରି ଯଦି ପିଲାମାନଙ୍କୁ ଛାଡିବାକୁ ଅଭିଭାବକ ରାଜି ନ ହେବେ, ତେବେ ଅନଲାଇନ୍ର ବ୍ୟବସ୍ଥା କରାଯିବ ବୋଲି ସୂଚନା ରହିଛି । ସ୍କୁଲ ଖୋଲିବା ନେଇ ଏସ୍ଓପି ପ୍ରସ୍ତୁତି ଚାଲିଥିବାର ଜଣାଇଛନ୍ତି ମନ୍ତ୍ରୀ । ଜିଲ୍ଲାପାଳ ଓ ଡିଇଓମାନଙ୍କ ସହ ଏନେଇ ଆଲୋଚନା କରାଯିବ। କରୋନା ପାଇଁ 30 ପ୍ରତିଶତ ସିଲାବସ୍ ହ୍ରାସ ହୋଇଛି । ବାକି 70 ପ୍ରତିଶତ ସିଲାବସ୍ ପାଇଁ ନୂତନ କ୍ୟାଲେଣ୍ଡର ପ୍ରସ୍ତୁତ ହେବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ।