ଭୁବନେଶ୍ବର: ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ତିନିଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ମୟୂରଭଞ୍ଜ ଓ ବରଗଡ ଜିଲ୍ଲାରୁ 2 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କଟକ, ମାଲକାନଗିରି ଓ ବଲାଙ୍ଗିର, ପୁରୀ ଓ ବାଲେଶ୍ବରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ନୂତନ ମୃତକଙ୍କ ମିଶାଇରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା 1393କୁ ବୃଦ୍ଧି ହୋଇଛି।