
ଭୁବନେଶ୍ବର: ରାଜଧାନୀରେ ମନ୍ଦିର ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ରାଜଧାନୀରେ ଏବେ ମନ୍ଦିର ଖୋଲିବା ଆଶା କ୍ଷୀଣ। ବୋଲି କହିଛନ୍ତି ବିଏମ୍ସି କମିଶନର । ମନ୍ଦିର ଖୋଲିବ କି ନାହିଁ ସେ ନେଇ ବିଭିନ୍ନ ଦିଗକୁ ଆଲୋଚନା ଓ ବିଚାର ବିମର୍ଷ ଚାଲିଛି। ବିଶେଷଜ୍ଞ ଓ ଡାକ୍ତରୀଟିମ ଠାରୁ ପରାମର୍ଶ ନିଆଯାଉଛି। ଭୁବନେଶ୍ୱରରେ ଯେହେତୁ ସଂକ୍ରମଣ ହାର ବଢୁଛି, ତେଣୁ ଏବେ ରାଜଧାନୀରେ ମନ୍ଦିର ଖୋଲିବା ଆଶା କ୍ଷୀଣ। ସ୍ଥିତିର ସମୀକ୍ଷା ପରେ ଆଗାମୀ ପଦକ୍ଷେପ ନିଆଯିବ ବୋଲି ବିଏମସି କମିଶନର କହିଛନ୍ତି।
ସୂଚନାଯୋଗ୍ୟ, ମନ୍ଦିର ଖୋଲିବା ନେଇ ଆଜି ସକାଳେ ଭୁବନେଶ୍ବର ରାମମନ୍ଦିର ସମ୍ମୁଖରେ ଓଡ଼ିଶା ସେବାୟତ ସଂଘ ପକ୍ଷରୁ ଆନ୍ଦୋଳନ କରାଯାଇଥିଲା ।
Tags: bmc