ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ମୋରଡା ଥାନା ଅନ୍ତର୍ଗତ ଅନ୍ଧାରୀ ରାସ୍ତାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଟ୍ରକ ଭାରସାମ୍ୟ ହରାଇ ଗଛକୁ ପିଟି ଓଲଟି ପଡିବା ଫଳରେ 2ଜଣ ମୃତ୍ୟୁବରଣ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ ମୋରଡା ରାସ୍ତାରେ ଏକ ଟ୍ରକ୍ ଭାରସାମ୍ୟ ହରାଇ ଆଉ ଏକ ଗଛକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ 2 ଜଣ ମୃତ୍ୟୁବରଣ କରିବା ସହ ତିନିଜଣ ଗୁରୁତର ହୋଇଛନ୍ତି ।ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।