ଶ୍ରୀନଗର: ଦକ୍ଷିଣ କାଶ୍ମୀରର ପୁଲୱାମା ଜିଲ୍ଲାର ପମ୍ପୋରରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ଏବଂ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି। ଏହା ସହିତ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଛି।
ସୂଚନା ଯୋଗ୍ୟ ଯେ, ଗୁରୁବାର ରାତିରେ ଲାଲପୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଖବର ପାଇ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏବଂ ପରେ ସୁରକ୍ଷା ବାହିନୀଙ୍କ ଦ୍ଵାରା ଏନକାଉଣ୍ଟର ଆରମ୍ଭ କରାଯାଇଥିଲା। ଦୁଇଦିନ ଧରି ଚାଲିଥିବା ଏହି ଏନକାଉଣ୍ଟରରେ ଦୁଇ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସହିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ଜବତ କରାଯାଇଛି। ଏହି ମୁହାଁମୁହିଁ ଆକ୍ରମଣ ସମୟରେ ଆବିଦ୍ ମିର ନାମକ ଜଣେ ୨୨ ବର୍ଷୀୟ ଯୁବକ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି।