ସ୍ଥଗିତ ରହିଲା ମାଟ୍ରିକ୍‌ ପରୀକ୍ଷା ଫର୍ମ ପୂରଣ ପ୍ରକ୍ରିୟା

Published: Nov 7, 2020, 1:49 pm IST

ଭୁବନେଶ୍ବର : ମାଟ୍ରିକ୍‌ ପରୀକ୍ଷା ଫର୍ମ ପୂରଣ ପ୍ରକ୍ରିୟା ସ୍ଥଗିତ ରହିଲା । ସ୍ଥଗିତ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଫର୍ମ ପୂରଣ ନେଇ ପରବର୍ତ୍ତୀ ବିଜ୍ଞପ୍ତିରେ ପ୍ରକାଶ କରାଯିବ ।  ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ବିଜ୍ଞପ୍ତି  ପ୍ରକାଶକୁ ନେଇ ଅଭିଭାବକ, ଶିକ୍ଷକ ଓ ଛାତ୍ରଛାତ୍ରୀମାନେ  ଅସନ୍ତୁଷ୍ଟ ରହିଥିଲେ । ବିନା ପାଠପଢାରେ ପରୀକ୍ଷା ପ୍ରସ୍ତୁତିକୁ ନାପସନ୍ଦ କରାଯାଇଥିଲା ।  ଆଜି ସକାଳେ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ଫର୍ମ ପୂରଣ ବିଜ୍ଞପ୍ତି ପ୍ରତ୍ୟାହାର ନେଇ ସୂଚନା ଦେବା ସହ ଏନେଇ ମାଧ୍ୟମିକ ଶିକ୍ଷା ପରିଷଦକୁ ନିର୍ଦ୍ଦେଶ ଦେଇଥିଲେ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହି ନିଷ୍ପତ୍ତି ବଦଳିଛି ।

ସୂଚନାଯୋଗ୍ୟ, ନଭେମ୍ବର ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଡିସେମ୍ବର ୯ରୁ ଫର୍ମ ପୂରଣ ଆରମ୍ଭ ହେବ ବୋଲି କୁହାଯାଇଥିଲା। କିନ୍ତୁ ଏଯାଏଁ କରୋନା ଯୋଗୁଁ ରାଜ୍ୟରେ କୌଣସି ସ୍କୁଲ ଖୋଲିପାରିନାହିଁ। ପାଠ ପଢା ନହୋଇ ପରୀକ୍ଷା ପାଇଁ ଫର୍ମ ପୂରଣ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ସଂଘ ଅସନ୍ତୋଷ ପ୍ରକାଶ କରିଥିଲେ। ଅପରପକ୍ଷରେ ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ମଧ୍ୟ ସ୍କୁଲ ନଖୋଲିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏପରି ସ୍ଥିତିରେ ମାଟ୍ରିକ୍‌ ପରୀକ୍ଷା ଫର୍ମ ପୂରଣକୁ ଘୁଞ୍ଚାଯାଇଛି ।

Related posts