ଆଜି ରାଜଧାନୀ ଭୁବନେଶ୍ବରରୁ 64 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 87

Published: Nov 7, 2020, 4:40 pm IST

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 64 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 64 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 17 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 47 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି 87 ଜଣ ସୁସ୍ଥ ହୋଇଛନ୍ତି । ନୂତନ64 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 29 ହଜାର 647ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 28 ହଜାର 573ଜଣ ସୁସ୍ଥ ହୋଇଥିବାବେଳେ 179ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ 874ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Related posts