
ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 57 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 88 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 13 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ 44ଜଣ ଲୋକାଲ କଣ୍ଟାକ୍ଟ କେସ୍ ବୋଲି ବିଏମ୍ସି ଟୁଇଟ୍ ଯୋଗେ ସୂଚନା ଦେଇଛି।
ସେହିପରି ଆଜି 97 ଜଣ ସୁସ୍ଥ ହୋଇଛନ୍ତି । ନୂତନ 57 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 29 ହଜାର 704ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 28 ହଜାର 670ଜଣ ସୁସ୍ଥ ହୋଇଥିବାବେଳେ 181ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 832ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।
Update on newly detected #COVID19 cases in the last
24 hrs under the BMC area on 8th Nov (till 9am) pic.twitter.com/bKQFjmovnX— BMC (@bmcbbsr) November 8, 2020