Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିର୍ତ୍ତୋଲ ଉପନିର୍ବାଚନର ଭୋଟଗଣତି ନିମନ୍ତେ ବ୍ୟବସ୍ଥା ଶେଷ ପର୍ଯ୍ୟାୟରେ :ସକାଳ ୮ଟାରୁ ଭୋଟଗଣତି ଆରମ୍ଭ
ଆଜିର ଖବର

ତିର୍ତ୍ତୋଲ ଉପନିର୍ବାଚନର ଭୋଟଗଣତି ନିମନ୍ତେ ବ୍ୟବସ୍ଥା ଶେଷ ପର୍ଯ୍ୟାୟରେ :ସକାଳ ୮ଟାରୁ ଭୋଟଗଣତି ଆରମ୍ଭ

November 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନର ଭୋଟ ଗଣତି ଜଗତସିଂହପୁର ଏସ୍.ଭି.ଏମ୍ କଲେଜ ଠାରେ ୧୦ତାରିଖ (ଆସନ୍ତାକାଲି) ସକାଳ ୮ଟାରୁ ଆରମ୍ଭ ହେବ। ଏଥିନିମନ୍ତେ ଏସ୍.ଭି.ଏମ୍ କଲେଜ ଠାରେ ସମସ୍ତ ବ୍ୟବସ୍ଥା କରାଯାଇଛି। ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ସରୋଜ କୁମାର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସମସ୍ତ ବ୍ୟବସ୍ଥା କରାଯାଉଛି।

ଇଭିଏମ୍ ଭୋଟ ଗଣତି ପାଇଁ ୨ଟି ହଲ୍ ବ୍ୟବସ୍ଥା ହୋଇଥିବା ବେଳେ ପୋଷ୍ଟାଲ୍ ବାଲାଟ୍ ଗଣତି ନିମନ୍ତେ ଗୋଟିଏ ହଲ୍ ର ବ୍ୟବସ୍ଥା ହୋଇଛି। ଇଭିଏମ୍ ଭୋଟ ଗଣତି ନିମନ୍ତେ ପ୍ରତ୍ୟେକ ହଲ୍ ରେ ୭ଟି ଲେଖା ମୋଟ୍ ୧୪ଟି ଟେବୁଲ୍ ହୋଇଥିବା ବେଳେ ପୋଷ୍ଟାଲ୍ ବାଲାଟ୍ ନିମନ୍ତେ ୨ଟି ଟେବୁଲ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ରାଉଣ୍ଡ ଗଣତି ପରେ ରିଟର୍ଣ୍ଣିଂ ଅଧିକାରୀ ଫଳାଫଳ ଘୋଷଣା କରିବେ। ପ୍ରତ୍ୟେକ ରୁମ୍ ଓ ଟଏଲେଟ୍ ସାନିଟାଇଜ୍ କରାଯିବ।

ପ୍ରତ୍ୟେକ ଟେବୁଲ୍ ପାଇଁ ସିସିଟିଭି ଓ ଟିଭି ବ୍ୟବସ୍ଥା କରାଯାଇଛି। ଭୋଟ ଗଣତି ନିମନ୍ତେ ୨୨ଜଣ କାଉଣ୍ଟିଂ ସୁପରଭାଇଜର ,୨୨ଜଣ କାଉଣ୍ଟିଂ ଆସିଷ୍ଟାଣ୍ଟ ଓ ୨୪ଜଣ ମାଇକ୍ରୋ ଅବଜରଭର୍ ନିୟୋଜିତ ହୋଇଛନ୍ତି। ନଭେମ୍ବର ୬ ଓ ୮ତାରିଖରେ ନିୟୋଜିତ କର୍ମଚାରୀଙ୍କୁ କାଉଣ୍ଟିଂ ନିମନ୍ତେ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ ,ବାଲିକୁଦା ତହସିଲଦାର ସିଦ୍ଧାର୍ଥ ଶଙ୍କର ସାହୁ ଓ ପ୍ରୀତୀଶ ନାୟକ, ସମସ୍ତ ସୁପରଭାଇଜର ,କାଉଣ୍ଟିଂ ଆସିଷ୍ଟାଣ୍ଟ ଓ ମାଇକ୍ରୋ ଅବଜରଭରଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଛନ୍ତି।

ତିର୍ତ୍ତୋଲ ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Latest News

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.