Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 20ରୁ ଶୀତକାଳୀନ ବିଧାନସଭା ଅଧିବେଶନ : ଅଧିବେଶନ ପୂର୍ବରୁ ହେବ କୋଭିଡ ଟେଷ୍ଟ
ଆଜିର ଖବର

ଆସନ୍ତା 20ରୁ ଶୀତକାଳୀନ ବିଧାନସଭା ଅଧିବେଶନ : ଅଧିବେଶନ ପୂର୍ବରୁ ହେବ କୋଭିଡ ଟେଷ୍ଟ

November 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆସନ୍ତା 20 ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅଧିବେଶନ ପୂର୍ବରୁ ବିଧାନସଭାର ସମସ୍ତ ସଦସ୍ୟ, ବ୍ୟକ୍ତିଗତ ସଚିବ ଓ କର୍ମଚାରୀମାନଙ୍କ କୋଭିଡ୍ ଟେଷ୍ଟ କରାଯିବ। ସମ୍ପୂର୍ଣ୍ଣ କରୋନା କଟକଣା ସହିତ ଅଧିବେଶନ ହେବ। ଏନେଇ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି।

ବାଚସ୍ପତିଙ୍କ ସୂଚନା ଅନୁଯାୟୀ, ମୌସୁମୀ ଅଧିବେଶନ ଭଳି ଏଥର ମଧ୍ୟ କରୋନାକୁ ଦୃଷ୍ଟିରେ ରଖି ସ୍ଵତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆସନ୍ତା 17, 18 ଓ 19 ତାରିଖରେ ବିଧାନସଭା ସଦସ୍ୟ ଓ ବ୍ୟକ୍ତିଗତ ସଚିବମାନଙ୍କର କରୋନା ଟେଷ୍ଟ ହେବ। ଏହାପରେ ବିଧାୟକମାନଙ୍କ ସହାୟକ ଓ ବିଧାନସଭା କର୍ମଚାରୀମାନଙ୍କର ମଧ୍ୟ କରୋନା ଟେଷ୍ଟ କରାଯିବ ବୋଲି ବାଚସ୍ପତି କହିଛନ୍ତି। ଶୀତ ଅଧିବେଶନ ରିପୋର୍ଟିଂ ପାଇଁ ବିଧାନସଭା ଯିବାକୁ ଥିବା ସାମ୍ବାଦିକମାନଙ୍କର ମଧ୍ୟ କୋଭିଡ୍ ଟେଷ୍ଟ ହେବ। ସାମ୍ବାଦିକମାନଙ୍କୁ ମାସ୍କ ଓ ସାନିଟାଇଜର ମଧ୍ୟ ପ୍ରଦାନ କରାଯିବ। ଅଧିବେଶନ ଚାଲିଥିବା ସମୟରେ ଦ୍ଵିତୀୟ ପର୍ଯ୍ୟାୟ ଟେଷ୍ଟ କରାଯିବ। ପ୍ରତିଦିନ ବିଧାନସଭା ପରିସରକୁ ସାନିଟାଇଜ୍ କରାଯିବ ବୋଲି ବାଚସ୍ପତି କହିଛନ୍ତି। ଗତ ଅଧିବେଶନ ପରି ଏଥର ମଧ୍ୟ ସଦସ୍ୟମାନେ ଭିଡିଓ କନଫରେନ୍ସିଂ ଜରିଆରେ ଭାଗ ନେଇପାରିବେ। ତେବେ ପ୍ରଶ୍ନକାଳ ବାତିଲ ହେବ କି ନାହିଁ ସେନେଇ କିଛି ଆଲୋଚନା ହୋଇନଥିବା ବାଚସ୍ପତି ସୂଚନା ଦେଇଛନ୍ତି।

କୋଭିଡ୍‌ ଟେଷ୍ଟ ଶୀତକାଳୀନ ଅଧିବେଶନ
Share. Facebook Twitter LinkedIn Email WhatsApp Copy Link

Related Posts

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.