ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ୧ ହଜାର ୩୪୦ ଜଣ କରୋନା ଆକ୍ରାନ୍ତ

Published: Nov 11, 2020, 8:19 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୩୪୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।  ଖୋର୍ଦ୍ଧାରୁ ସର୍ବାଧିକ ୧୫୯ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୦୬, କଟକରୁ ୯୯, ବଲାଙ୍ଗିରିରୁ ୮୬, କେନ୍ଦ୍ରାପଡାରୁ ୭୬, ବରଗଡରୁ ୭୧, ନୂଆପଡ଼ାରୁ ୭୦, ପୁରୀରୁ ୬୩, ଜଗତସିଂହପୁରରୁ ୫୬, କେନ୍ଦୁଝରରୁ ୫୫, ମୟୂରଭଞ୍ଜରୁ ୫୫, ବାଲେଶ୍ବରରୁ ୪୫, ଯାଜପୁରରୁ ୪୩, ଝାରସୁଗୁଡାରୁ ୪୧, ସମ୍ବଲପୁରରୁ ୩୩, ନବରଙ୍ଗପୁରରୁ ୩୧, ଭଦ୍ରକରୁ ୩୦, ଅନୁଗୁଳରୁ ୨୮, କଳାହାଣ୍ଡିରୁ ୨୭, ଗଞ୍ଜାମରୁ ୨୫, କନ୍ଧମାଳରୁ ୨୧, କୋରାପୁଟରୁ ୨୧, ମାଲକାନଗିରିରୁ ୨୧, ଢେଙ୍କାନାଳରୁ ୨୦, ସୋନପୁରରୁ ୧୯, ନୟାଗଡରୁ ୯, ଦେବଗଡ଼ରୁ ୮, ରାୟଗଡ଼ାରୁ ୫ ଏବଂ ଷ୍ଟେଟ ପୁଲରୁ ୧୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୯୨ ହଜାର ୪୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫ ହଜାର  ମଧ୍ୟରୁ ୧୧ ହଜାର ୧ ଜଣ ଚିକିତ୍ସିଧୀନ ଥିବା ବେଳେ ୧୪୬୯ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Related posts