Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କଲା ବିଜେପି: ଜାଣନ୍ତୁ ବୈଜୟନ୍ତ ପଣ୍ଡା ଓ ସମ୍ବିତ ପାତ୍ରଙ୍କୁ ମିଳିଲା କେଉଁ ରାଜ୍ୟ ଦାୟିତ୍ଵ
ଆଜିର ଖବର

ଓଡିଶା ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କଲା ବିଜେପି: ଜାଣନ୍ତୁ ବୈଜୟନ୍ତ ପଣ୍ଡା ଓ ସମ୍ବିତ ପାତ୍ରଙ୍କୁ ମିଳିଲା କେଉଁ ରାଜ୍ୟ ଦାୟିତ୍ଵ

November 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ବର: ବିଜେପି ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହ-ପ୍ରଭାରୀ ନିଯୁକ୍ତ କରାଯାଇଛି। ଓଡିଶା ସମେତ ଛତିଶଗଡ, ଦିଲ୍ଲୀ, ଆସାମ, ଆନ୍ଧ୍ରପ୍ରଦେଶ, ମଣିପୁର, ବିହାର, ଅରୁଣାଚଳ ପ୍ରଦେଶ ଓ ଆଣ୍ଡାମନ ନିକୋବର ପାଇଁ ପ୍ରଭାରୀ ଓ ସହ-ପ୍ରଭାରୀ ନିଯୁକ୍ତ କରାଯାଇଛି। ବିଜେପି ଓଡିଶା ପାଇଁ ନୂତନ ପ୍ରଭାରୀ ଭାବେ ଡି ପୁରନ୍ଦେଶ୍ୱରୀଙ୍କୁ ଦାୟିତ୍ଵ ଦେଇଛି।

ଅରୁଣ ସିଂହଙ୍କ ବଦଳରେ ପୁରନ୍ଦେଶ୍ୱରୀ ଓଡିଶା ବିଜେପିର ପ୍ରଭାରୀ ଦାୟିତ୍ଵ ନେବେ। ବିଜୟପାଲ ସିଂହ ତୋମରଙ୍କୁ ମଧ୍ୟ ଓଡ଼ିଶା ବିଜେପିର ସହ-ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ଏନେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଘୋଷଣା କରିଛନ୍ତି। ଓଡ଼ିଶା ସହ ଛତିଶଗଡ଼ ରାଜ୍ୟର ପ୍ରଭାରୀ ଭାବେ ମଧ୍ୟ ଡି ପୁରନ୍ଦେଶ୍ୱରୀଙ୍କୁ ନିଯୁକ୍ତ କରାଯାଇଛି।

ସୂଚନା ଯୋଗ୍ୟ ଯେ, ଡି. ପୁରନ୍ଦେଶ୍ୱରୀ ୨୦୧୯ ମସିହାରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ଏହାପୂର୍ବରୁ ସେ ୨୦୧୪ ମସିହାରେ ବାପତ୍ଲା ଆସନରୁ ନିର୍ବାଚନ ଲଢ଼ି ଲୋକସଭାକୁ ଯାଇଥିଲେ। ଏହି ସମୟରେ ସେ କେନ୍ଦ୍ରରେ ରାଷ୍ଟ୍ରମନ୍ତ୍ରୀ ପଦ ମଧ୍ୟ ସମ୍ଭାଳିଥିଲେ। ବର୍ତ୍ତମାନ ସେ ବିଜେପିର ସାଧାରଣ ସମ୍ପାଦକ ଅଛନ୍ତି।

ସେହିପରି ଦୁଇ ଓଡ଼ିଆ ନେତା ବୈଜୟନ୍ତ ପଣ୍ଡା ଓ ଡାକ୍ତର ସମ୍ବିତ ପାତ୍ରଙ୍କୁ ମଧ୍ୟ ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଛି। ବୈଜୟନ୍ତଙ୍କୁ ଦିଲ୍ଲୀ ଓ ଆସାମର ପ୍ରଭାରୀ କରାଯାଇଥିବାବେଳେ ସମ୍ବିତ ପାତ୍ର ମଣିପୁରର ପ୍ରଭାରୀ ଦାୟିତ୍ୱ ସମ୍ଭାଳିବେ। ଏହାସହ ସତ୍ୟା କୁମାରଙ୍କୁ ଆଣ୍ଡାମାନ ଓ ନିକୋବରର, ବି ମୁରଲୀଧରନଙ୍କୁ ଆନ୍ଧ୍ରପ୍ରଦେଶର, ଦିଲ୍ଲୀପ ସୌକିୟାଙ୍କୁ ଅରୁଣାଚଳ ପ୍ରଦେଶର ଏବଂ ଭୁପେନ୍ଦ୍ର ଯାଦବଙ୍କୁ ବିହାରର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି।

ଓଡିଶା ପ୍ରଭାରୀ ବିଜେପି ବୈଜୟନ୍ତ ପଣ୍ଡା ସମ୍ବିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026
Latest News

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.