ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଗ୍ରାଫ ଦିନକୁ ଦିନ ତଳୁଆ ହେବାରେ ଲାଗିଛି । ବିଗତ ଚାରି ମାସ ମଧ୍ୟରେ କରୋନା ସଂକ୍ରମଣ ସର୍ବନିମ୍ନ ସ୍ତରରେ ପହଞ୍ଚିଛି । ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ 30 ହଜାର 548 ନୂ୍ତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହାକି ବିଗତ ଚାରି ମାସ ମଧ୍ୟରେ ସର୍ବନିମ୍ନ । ଶେଷ ଥର ପାଇଁ ଜୁଲାଇ 29 ତାରିଖରେ ଦୈନିକ ସଂକ୍ରମଣ 30 ହଜାର ତଳକୁ ରହିଥିଲା । ନୂତନ 30 ହଜାର 845ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 88 ଲକ୍ଷ 45 ହଜାର 127ରେ ପହଞ୍ଚିଛି । ଏହା ସହିତ ବିଗତ 24 ଘଣ୍ଟା ମଧ୍ୟରେ ମୃତ୍ୟୁ ସଂଖ୍ୟା ମଧ୍ୟ 435କୁ ହ୍ରାସ ପାଇଛି । 435ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା 1 ଲକ୍ଷ 30 ହଜାର 70ରେ ପହଞ୍ଚିଛି । ଏହା ସହିତ ଆକ୍ରାନ୍ତଙ୍କ ତୁଳନାରେ ଆରୋଗ୍ୟଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ବିଗତ 24 ଘଣ୍ଟା ମଧ୍ୟରେ 43 ହଜାର 851 ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା 82 ଲକ୍ଷ 49 ହଜାର 579ରେ ପହଞ୍ଚିଛି । ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 4 ଲକ୍ଷ 65 ହଜାର 478ରେ ରହିଛି । ମହାରାଷ୍ଟ୍ର ଦେଶର ସର୍ବାଧିକ ପ୍ରଭାବିତ ରାଜ୍ୟ ରହିଛି ।