Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ଆତଙ୍କବାଦୀଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ
ଆଜିର ଖବର

ଦୁଇ ଆତଙ୍କବାଦୀଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

November 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ ଏକ ବଡ ଧରଣର ଆତଙ୍କୀ ହମଲାକୁ ପଣ୍ଡ କରି ଦେଇଛି । ପୋଲିସ ଦୁଇ ଜଣ ଆତଙ୍କବାଦୀଙ୍କୁ ମଧ୍ୟ ଗିରଫ କରିଛି । ଉଭୟ ଆତଙ୍କୀ ଜମ୍ମୁ କାଶ୍ମୀରର ବାସିନ୍ଦା ହୋଇଥିବା ବେଳେ ଦିଲ୍ଲୀର ସରାଇ କାଲେ ଖାଁ ଅଞ୍ଚଳରୁ ଉଭୟଙ୍କୁ ଗିରଫ କରାଯାଇଛି । ସୋମବାର ରାତିରେ ସ୍ୱତନ୍ତ୍ର ସେଲ ପକ୍ଷରୁ ଉଭୟ ଆତଙ୍କୀକୁ ଗିରଫ କରାଯାଇଥିଲା । ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିବା ପରେ ଦୁଇ ଆତଙ୍କୀଙ୍କୁ ଧରିବାର ଜାଲ ବିଛାଇଥିଲା ପୋଲିସ । ଉଭୟଙ୍କୁ କାଲେ ଖାଁ ଅଞ୍ଚଳରେ ରହିଥିବା ମିଲେନିୟମ ପାର୍କ ନିକଟରୁ ଗିରଫ କରାଯାଇଥିଲା। ରାତି ପ୍ରାୟ 10.15 ରେ ପୋଲିସ ପକ୍ଷରୁ ଚଢାଉ କରାଯାଇ ଦୁଇ ଆତଙ୍କୀଙ୍କୁ  ଧରାଯାଇଥିଲା ।

ଦୁଇ ଆତଙ୍କୀଙ୍କ ପରିଚୟ ମିଳିଥିବା ବେଳେ ଉଭୟ କାଶ୍ମୀରର ବାସିନ୍ଦା ବୋଲି ଜଣାପଡିଛି । 22 ବର୍ଷୀୟ ଅବଦୁଲ ଲତିଫ ମିର ବାରାମୁଲ୍ଲାର ଡୋରୁ ଗ୍ରାମର ବାସିନ୍ଦା ବୋଲି ତଦନ୍ତରୁ ଜଣାପଡିଛି । ଅନ୍ୟତମ ଆତଙ୍କୀ ହେଉଛି 20ବର୍ଷୀୟ ମହମ୍ମଦ ଅଶ୍ରଫ ଖାତନା । ଖାତନା କୁପୱାରା ଜିଲ୍ଲାର ହାଟମୁଲ୍ଲା ଗ୍ରାମର ବାସିନ୍ଦା । ଉଭୟଙ୍କୁ ପୋଲିସ ପକ୍ଷରୁ ପଚରା ଉଚୁରା ଜାରି ରହିଛି । ଉଭୟଙ୍କ ନିକଟରୁ ଦୁଇଟି ସେମି ଅଟୋମେଟିକ ପିସ୍ତଲ ସହିତ 10ଟି ଜୀବନ୍ତ ଗୁଳି ଜବତ କରାଯାଇଛି । (ଏଜେନ୍ସି)

ଆତଙ୍କବାଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.