ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ 48 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 48 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 11 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ 37 ଜଣ ଲୋକାଲ କଣ୍ଟାକ୍ଟ କେସ୍ ବୋଲି ବିଏମ୍ସି ଟୁଇଟ୍ ଯୋଗେ ସୂଚନା ଦେଇଛି।
ସେହିପରି ଆଜି 64 ଜଣ ସୁସ୍ଥ ହୋଇଛନ୍ତି। ନୂତନ 48 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 30 ହଜାର 227 ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା 29 ହଜାର 358 ଜଣ ସୁସ୍ଥ ହୋଇଥିବାବେଳେ 198 ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବର ମହାନଗରରେ ଏବେବି 650ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।