ଭୁବନେଶ୍ବର: ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 1575କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ 3 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ଯାଜପୁର ଓ କେନ୍ଦ୍ରାପଡ଼ା, କୋରାପୁଟ, ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।