ଭୁବନେଶ୍ବର : ଆସନ୍ତା 20 ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଆଜି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକ ଶେଷ ହୋଇଛି । ତେବେ ଆସନ୍ତା 20 ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ଶୀତ ଅଧିବେଶନରେ କୋଭିଡ ପାଇଁ ପ୍ରଶ୍ନକାଳ ରହିବ ନାହିଁ ବୋଲି ବାଚସ୍ପତି ଶ୍ରୀ ପାତ୍ର ସୂଚନା ଦେଇଛନ୍ତି । ଏହାଛଡ଼ା ପ୍ରତି ଦିନ ଅଧିବେଶନ ସାଢେ 4 ଘଣ୍ଟାରେ ସୀମିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଅନ୍ୟପକ୍ଷରେ ଆସନ୍ତା 20ରେ ଅତିରିକ୍ତ ବଜେଟ ଉପସ୍ଥାପିତ ହେବ । କୋଭିଡ ସ୍ଥିତିକୁ ଦେଖି ବିଧାୟକଙ୍କ ବସିବା ସ୍ଥାନ ନିରୂପଣ ହେବ । ବରିଷ୍ଠ ବିଧାୟକମାନେ ଚାହିଁଲେ ଭିସିରେ ଭାଗ ନେଇପାରିବେ ବୋଲି ବାଚସ୍ପତି ଶ୍ରୀ ପାତ୍ର ସୂଚନା ଦେଇଛନ୍ତି ।