ଆଜି ରାଜ୍ୟରୁ ସୁସ୍ଥ ହେଲେ ୧ ହଜାର ୩୦୩ ଜଣ କରୋନା ଆକ୍ରାନ୍ତ

Published: Nov 18, 2020, 6:55 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୩୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। କଟକରୁ ସର୍ବାଧିକ ୧୦୮ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୧୦୩, ମୟୂରଭଞ୍ଜରୁ ୧୦୧, ସୁନ୍ଦରଗଡରୁ ୯୭, ଖୋର୍ଦ୍ଧାରୁ ୯୬, ଝାରସୁଗୁଡାରୁ ୮୬, ଜଗତସିଂହପୁରରୁ ୫୫, ବାଲେଶ୍ବରରୁ ୫୪, କେନ୍ଦ୍ରାପଡ଼ାରୁ ୫୩, କେନ୍ଦୁଝରରୁ ୫୦, କଳାହାଣ୍ଡିରୁ ୪୭, ବଲାଙ୍ଗିରିରୁ ୪୬, ନୟାଗଡରୁ ୪୦, କୋରାପୁଟରୁ ୩୮, ବରଗଡରୁ ୩୭, ନୂଆପଡ଼ାରୁ ୩୭, ପୁରୀରୁ ୩୪, ସମ୍ବଲପୁରରୁ ୩୨, ଯାଜପୁରରୁ ୩୦, ଗଞ୍ଜାମରୁ ୨୬, ସୋନପୁରରୁ ୨୫, ନବରଙ୍ଗପୁରରୁ ୨୨, ରାୟଗଡାରୁ ୧୪, ଢେଙ୍କାନାଳରୁ ୧୧, ମାଲକାନଗିରିରୁ ୧୦, କନ୍ଧମାଳରୁ ୯, ଗଜପତିରୁ ୪, ଦେବଗଡ଼ରୁ ୩, ଭଦ୍ରକରୁ ୨ ଏବଂ ଷ୍ଟେଟ ପୁଲରୁ ୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧ ହଜାର ୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୦ ହଜାର ୯୨୦ ମଧ୍ୟରୁ ୭ ହଜାର ୫୧୫ ଜଣ ଚିକିତ୍ସିଧୀନ ଥିବା ବେଳେ ୧୫୭୫ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

 

 

Related posts