Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାଡିଦର ସ୍କୁଲ ବନ୍ଦ ପ୍ରତିବାଦରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ
ଆଜିର ଖବର

ଭାଡିଦର ସ୍କୁଲ ବନ୍ଦ ପ୍ରତିବାଦରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ

November 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ସରକାର ଶିକ୍ଷାକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। ଶିକ୍ଷାର ମାନବୃଦ୍ଧି ତଥା ଶିକ୍ଷାର ବିକାଶ ପାଇଁ ଗୁରୁତ୍ୱ ଦେଉଛନ୍ତି। ହେଲେ ସରକାର ଯେଉଁ ବିଦ୍ୟାଳୟରେ୨୦ ରୁ କମ୍ ଛାତ୍ରଛାତ୍ରୀ ଅଛନ୍ତି ତାହା ବନ୍ଦ କରି ଅନ୍ୟ ସ୍କୁଲରେ ମିଶାଇବା ଅଭିଯାନ ଏବେ ଆରମ୍ଭ କରିଛନ୍ତି। ଏହାର ପ୍ରତିବାଦରେ ରାଜ୍ୟରେ ଛାତ୍ରଛାତ୍ରୀ ତଥା ଅଭିଭାବକ ମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ସ୍କୁଲ ବନ୍ଦ ପ୍ରତିବାଦରେ ସମ୍ବଲପୁର ଜିଲ୍ଲା ରେଢାଖୋଲ ବ୍ଲକ୍ ବଂଶାଜାଲ ପଂଚାୟତର ଭାଡିଦର ବିଦ୍ୟାଳୟକୁ ସରକାର ବନ୍ଦ କରିଦେଉଥିବାରୁ ଏହାର ପ୍ରତିବାଦରେ ଆଜି ରେଢାଖୋଲ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ ଛାତ୍ରଛାତ୍ରୀମାନେ। ଏହା ସହିତ ଅଭିଭାବକ ଓ ଗ୍ରାମବାସୀ ମାନେ ମଧ୍ୟ ଏହି ଧାରଣାରେ ବସି ଥିଲେ।  ସରକାର ୨୦ ରୁ କମ୍ ଥିବା ବିଦ୍ୟାଳୟ ବନ୍ଦ କରୁଥିବା ବେଳେ ଭାଡିଦରରେ ୨୪ ଜଣ ଛାତ୍ରଛାତ୍ରୀ ରହୁଥିବା ବେଳେ କେମିତି ତାହା ବନ୍ଦ କରାଯାଇଛି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଭାଡିଦର ଗ୍ରାମ ପାଖରେ ଜଙ୍ଗଲ ରହିଛି, ଯା ଫଳରେ ଛୋଟ ପିଲାମାନେ ଏଠାରୁ ଅନ୍ୟସ୍କୁଲକୁ ପାଠ ପଢି ଯିବାକୁ ଅସୁବିଧା ପାଇବେ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ଆଜି ରେଢାଖୋଲ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ଉପଜିଲ୍ଲାପାଳଙ୍କୁ ସରକାରଙ୍କ ଉଦ୍ଦେଶ୍ୟରେ ଏକ ଦାବୀ ପତ୍ର ପ୍ରଦାନ କରିଛନ୍ତି ଗ୍ରାମବାସୀ, ଅଭିଭାବକ ଓ ଛାତ୍ରଛାତ୍ରୀ। ସରକାର ଆମକଥା ନ ଶୁଣିଲେ ଆନ୍ଦୋଳନ ତୀବ୍ର ହେବ ବୋଲି ଗ୍ରାମବାସୀ, ଅଭିଭାବକ ମାନେ ପ୍ରକାଶ କରିଛନ୍ତି।

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଛାତ୍ରଛାତ୍ରୀ ଧାରଣା ରେଢାଖୋଲ ବ୍ଲକ୍
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.