ଭୁବନେଶ୍ୱର: ଓଡ଼ିଶା ସହ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ, ଝାଡଖଣ୍ଡର ସୀମା ବିବାଦ ଲାଗି ରହିଛି । ସୀମା ବିବାଦ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସର୍ବଦଳୀୟ ବୈଠକ ଡାକିବା ସହ ଗୃହ କମିଟି ଗଠନ ସହ ଆପୋଷ ବୁଝାମଣାରେ ସୀମା ବିବାଦର ସମାଧାନ ପାଇଁ ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଆବଶ୍ୟକ ପଡିଲେ ଆଇନଗତ ପଦକ୍ଷେପ ନେବା ପାଇଁ ବିଚାର କରାଯାଉ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି । କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସୀମାରେ ପୁଣି ଥରେ ଉତ୍ତେଜନା ଦେଖାଦେଇଥିବା କଥା ଚିଠିରେ ଉଲ୍ଲେଖ ବି କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୀମା ବିବାଦ ଦ୍ୱାରା ସେସବୁ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ଉପରେ ପ୍ରଭାବ ପଡୁଛି । ଓଡ଼ିଶାରେ ଲୋକଙ୍କ ସାମାଜିକ, ଆର୍ଥିକ ସ୍ୱାର୍ଥ ସହ ସାଲିସ କରାନଯାଉ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।