ଭୁବନେଶ୍ବର: ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 1592କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ 4 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ସମ୍ବଲପୁରରୁ 3 ଜଣ ଓ ଭୁବନେଶ୍ବରରୁ 2 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, କଟକ, ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ, କେନ୍ଦ୍ରାପଡାରୁ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।