ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1625କୁ ବୃଦ୍ଧି

Published: Nov 21, 2020, 12:36 pm IST

ଭୁବନେଶ୍ବର: ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 1625କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ 5 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ କେନ୍ଦୁଝରରୁ 3 ଜଣ ଓ  କଟକ ଓ ଗଞ୍ଜାମରୁ 2 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।  ସେହିପରି ଦେବଗଡ, ଜଗତସିଂହପୁର, ଖୋର୍ଦ୍ଧା, ମୟୂରଭଞ୍ଜ  ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Related posts