ନୟାଗଡ : ନୟାଗଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଡମ୍ପର୍ ଧକ୍କାରେ ପାଞ୍ଚ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ରାସ୍ତାରେ ଚାଲି ଚାଲି ଯିବା ବେଳେ ପଛରୁ 6 ଜଣଙ୍କୁ ଡମ୍ପର୍ ଧକ୍କା ଦେଇଥିଲା।
ନୟାଗଡ଼ ଶରଣକୁଳ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଘଟଣା ପରେ ଡମ୍ପର୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି।