ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 34 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 34 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 8 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ 26 ଜଣ ଲୋକାଲ କଣ୍ଟାକ୍ଟ କେସ୍ ବୋଲି ବିଏମ୍ସି ଟୁଇଟ୍ ଯୋଗେ ସୂଚନା ଦେଇଛି।
Update on newly detected #COVID19 cases in the last
24 hrs under the BMC area on 24th Nov (till 9am) pic.twitter.com/mWFnv1f8YF— BMC (@bmcbbsr) November 24, 2020
ସେହିପରି ଆଜି 53 ଜଣ ସୁସ୍ଥ ହୋଇଛନ୍ତି । ନୂତନ 34 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 30 ହଜାର 532ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 29 ହଜାର 766ଜଣ ସୁସ୍ଥ ହୋଇଥିବାବେଳେ 209ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 536 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।