ପ୍ରଧାନମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published: Nov 24, 2020, 9:29 pm IST

ଭୁବନେଶ୍ବର, ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫ୍ରେନସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀମାନଙ୍କ ସହିତ କରୋନା ସମୀକ୍ଷା ବୈଠକ କରିଥିଲେ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କନଫ୍ରେସିଂରେ ଯୋଗଦେଇଥିଲେ। ମୁଖ୍ୟତଃ କୋଭିଡ19 ଟୀକା ଆସିଲେ ଏହାର ବିତରଣ କିପରି ହେବ ସେ ନେଇ ଆଲୋଚନା ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାରେ ଟୀକା ବଣ୍ଟନ ପାଇଁ ସମସ୍ତ ପ୍ରସ୍ତତି କରାଯାଇଛି ବୋଲି କହିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ ସ୍ବାସ୍ଥ୍ୟ କର୍ମି, ବୟସ୍କ ବ୍ୟକ୍ତିମାନଙ୍କୁ ପ୍ରଦାନ କରାଯିବ ବୋଲି କହିଥିଲେ। ଏହି ବୈଠକରେ ଓଡିଶା ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ।

Related posts