ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୪, ଭୁବନେଶ୍ୱରରୁ ୩, ଅନୁଗୁଳରୁ ୨, ଢେଙ୍କାନାଳ, କଳାହାଣ୍ଡି, ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।