ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ ଓ ଅନୁଗୁଳରୁ ସର୍ବାଧିକ ୪ ଜଣ ଲେଖାଏଁ ମୃତ୍ୟୁବରଣ କରିଥିବାବେଳେ, ଭୁବନେଶ୍ୱରରୁ ୨, ବାଲେଶ୍ୱରରୁ ୨, ନୟାଗଡ ଓ ପୁରୀରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି ।