କୋଲକାତା : ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଗୋଟିଏ ପରେ ଗୋଟିଏ ଝଟ୍କା ଲାଗୁଛି। ଦଳରୁ ବରିଷ୍ଠ ନେତା ପଦରୁ ଇସ୍ତଫା ଦେଇଛନ୍ତି ଶୁଭେନ୍ଦୁ ଅଧିକାରୀ। ସେ ମମତା ସରକାରରେ ପରିବହନ ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଏହାପୂର୍ବରୁ ସେ ହୁଗୁଳି ବ୍ରିଜ କମିଶନର ଅଧ୍ୟକ୍ଷ ପଦ ମଧ୍ୟ ଛାଡ଼ିଥିଲେ। ଆଜି ସକାଳୁ ଶୁଭେନ୍ଦୁ ମନ୍ତ୍ରୀ ପଦରୁ ଇସ୍ତଫା ଦେଉଥିବା କଥା ଘୋଷଣା କରିଥିଲେ। ଏହାପରେ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଖକୁ ନିଜର ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ତେବେ ଟିଏମ୍ସି ଛାଡି ଶୁଭେନ୍ଦୁ କେଉଁ ଦଳରେ ଯୋଗଦେବେ ସେ ନେଇ କୌଣସି ସୂଚନା ମିଳିପାରିନାହିଁ ।