ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ରାଜ୍ଯରେ ଆଉ ଚାରି ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1734କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ 2 ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ଢେଙ୍କାନାଳ ଓ ବାଲେଶ୍ବରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ 56 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଭୁବନେଶ୍ବରର 45 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଅନ୍ୟ ଦୁଇ ମୃତକଙ୍କ ମଧ୍ୟରେ ଢେଙ୍କାନାଳରୁ 57 ବର୍ଷୀୟ ବ୍ୟକ୍ତି ରହିଥିବାବେଳେ ଅନ୍ୟ ଜଣେ ବାଲେଶ୍ବରର 43ବର୍ଷ ବ୍ୟକ୍ତିଙ୍କର ଆକ୍ରାନ୍ତ ହୋଇଛି ।