ଦେଶରେ ଗତ ୨୪  ଘଣ୍ଟାରେ ୩୮ ହଜାର ୭୭୨ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

Published: Nov 30, 2020, 10:54 am IST

ନୂଆଦିଲ୍ଲୀ: ଦେଶରେ ଗତ ୨୪  ଘଣ୍ଟାରେ ୩୮ ହଜାର ୭୭୨ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪୪୩ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ଲକ୍ଷ ୩୧ହଜାର ୬୯୨କୁ ବୃଦ୍ଧି ପାଇ ଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୭ ହଜାର ୧୩୯ ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ଦେଶରେ ୪ଲକ୍ଷ ୪୬ହଜାର ୯୫୨ଜଣ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ସୁସ୍ଥ ହୋଇଛନ୍ତି ୮୮ଲକ୍ଷ ୪୭ ହଜାର ୬୦୦ ଜଣ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Related posts