ଡିସେମ୍ବର ମାସ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କଲେ ରାଜ୍ୟ ସରକାର

Published: Nov 30, 2020, 8:43 pm IST

ଭୁବନେଶ୍ୱର: ଡିସେମ୍ବର ମାସ ପାଇଁ ରାଜ୍ୟ ସରକାର ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଡିସେମ୍ବର ୩୧ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନରେ ଲକଡାଉନ୍ ଜାରି ରହିବ। ବଡ଼ ଧରଣର ଧାର୍ମିକ, କ୍ରୀଡ଼ା, ସାଂସ୍କୃତିକ ଓ ରାଜନୈତିକ କାର୍ଯ୍ୟକ୍ରମ କରାଯାଇପାରିବ ନାହିଁ। ହେଲେ ଧାର୍ମିକ ଅନୁଷ୍ଠାନ ଖୋଲିବ କି ନାହିଁ ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେବେ।

ବାହାଘର ପାଇଁ ୨୦୦ ଲୋକଙ୍କୁ ଏକାଠି ହେବାର ଅନୁମତି ପ୍ରଦାନ କରାଯାଇଥିବା ବେଳେ ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ୫୦ ଲୋକଙ୍କୁ ଅନୁମତି ଦିଆଯାଇଛି। ବିବାହ ଓ ଅନ୍ତ୍ୟେଷ୍ଟି କାର୍ଯ୍ୟରେ ମାସ୍କ ଓ ସାମାଜିକ ଦୂରତା ରହିବା ଆବଶ୍ୟକ।

ସେହିପରି ଆନ୍ତର୍ଜାତିକ ବିମାନ ସେବା ବନ୍ଦ ରହିବ। ବିଜନେସ୍‌ ଟୁ ବିଜନେସ୍ ପ୍ରଦର୍ଶନୀକୁ ସର୍ତ୍ତମୂଳକ ଅନୁମତି ଦିଆଯାଇଛି। କିନ୍ତୁ ବିଜନେସ୍ ଟୁ କଷ୍ଟମର୍ ପ୍ରଦର୍ଶନୀକୁ ଅନୁମତି ଦିଆଯାଇ ନାହିଁ। ଡିସେମ୍ୱର ୧ରୁ ସବୁ ମେଡିକାଲ କଲେଜ୍ ଖୋଲିବାକୁ ଅନୁମତି ମିଳିଛି। ଡିସେମ୍ବର ୩୧ ଯାଏଁ ରାଜ୍ୟରେ ସିନେମା ହଲ ଖୋଲିବା ପାଇଁ ଅନୁମତି ମିଳିନି।

ସେପଟେ ପରିସ୍ଥିତି ଦେଖି ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବାକୁ ପରାମର୍ଶ ଦିଆଯାଇଛି। ହେଲେ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଅଙ୍ଗନବାଡି କେନ୍ଦ୍ର ଖୋଲିବ ନାହିଁ।

Related posts