Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍ :  ଦେଶରେ ଗତ ୨୪ ଘଣ୍ଟାରେ ୩୧ ହଜାର ଆକ୍ରାନ୍ତ, ୪୮୨ ମୃତ
ଆଜିର ଖବର

କରୋନା ଅପଡେଟ୍ :  ଦେଶରେ ଗତ ୨୪ ଘଣ୍ଟାରେ ୩୧ ହଜାର ଆକ୍ରାନ୍ତ, ୪୮୨ ମୃତ

December 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ ଗତ ୨୪  ଘଣ୍ଟାରେ ୩୧ ହଜାର ୧୧୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪୮୨ ଜଣଙ୍କର ମୃତ୍ୟୁ ଘଟିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଲକ୍ଷ ୬୨ ହଜାର ୮୦୯କୁ ବୃଦ୍ଧି ପାଇ ଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୭ ହଜାର ୬୨୧ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ଦେଶରେ ୪ ଲକ୍ଷ ୩୫ ହଜାର ୬୦୩ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ସୁସ୍ଥ ହୋଇଛନ୍ତି ୮୮ ଲକ୍ଷ ୮୯ ହଜାର ୫୮୫ ଜଣ । ବିଗତ ୨୪ ଘଣ୍ଟା ମଧ୍ୟରେ ୪୧ ହଜାର ୮୯୫ ଜଣ  ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ବିଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରୁ ସର୍ବାଧିକ ୩୮୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦିଲ୍ଲୀରେ ସର୍ବାଧିକ ୧୦୮ ମୃତ୍ୟୁ ହୋଇଛି । ଦିଲ୍ଲୀରେ ୩୭୨୬ ଏବଂ କେରଳରେ ୩୩୮୨ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମହାରାଷ୍ଟ୍ରରେ ୮୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପଶ୍ଚିମବଙ୍ଗରେ ୪୮ ଜଣଙ୍କ ମୃତ୍ୟୁ ଘଟିଛି ।

ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ଅତିକ୍ରମ କରିଛି । ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୩୨ ଲକ୍ଷ ୨୩ ହଜାର ୬୬୧ରେ ପହଞ୍ଚିଥିବା ବେଳେ ଏହା ମଧ୍ୟରୁ ୪କୋଟି ୫ ଲକ୍ଷ ୨୨ ହଜାର ୧୭୪ ଜଣ ସୁସ୍ଥ ହୋଇଛନ୍ତି । ୧୪ ଲକ୍ଷ ୬୭ ହଜାର ୬୫୬ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ୨ କୋଟି ୧୨ ଲକ୍ଷ ୩୩ ହଜାର ୮୩୧ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଆମେରିକାରେ ସର୍ବାଧିକ ଆକ୍ରାନ୍ତ ଏବଂ ମୃତ୍ୟୁ ହୋଇଥିବା ବେଳେ ଆକ୍ରାନ୍ତଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛି ଭାରତ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026

ସୁନା ଓ ରୂପା ମୂଲ୍ୟରେ ପରିବର୍ତ୍ତନ: ଜାଣନ୍ତୁ ଆପଣଙ୍କ ସହରର ମୂଲ୍ୟ 

May 2, 2026

ଜିତୁ ମୁଣ୍ଡା ଘଟଣା : ନିର୍ମଳାଙ୍କୁ ଚିଠି ଲେଖିଲେ ନବୀନ

May 2, 2026
Latest News

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026

ସୁନା ଓ ରୂପା ମୂଲ୍ୟରେ ପରିବର୍ତ୍ତନ: ଜାଣନ୍ତୁ ଆପଣଙ୍କ ସହରର ମୂଲ୍ୟ 

May 2, 2026

ଜିତୁ ମୁଣ୍ଡା ଘଟଣା : ନିର୍ମଳାଙ୍କୁ ଚିଠି ଲେଖିଲେ ନବୀନ

May 2, 2026

ଯାଜପୁର ମେଡିକାଲରେ ଉତ୍ତେଜନା

May 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.