Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂତନ କୃଷି ବିଲ୍‌କୁ ନେଇ ଅଡୁଆରେ ଏନ୍‌ଡିଏ : ମେଣ୍ଟରୁ ଓହରିବ ଆରଏଲ୍‌ପି  !
ଆଜିର ଖବର

ନୂତନ କୃଷି ବିଲ୍‌କୁ ନେଇ ଅଡୁଆରେ ଏନ୍‌ଡିଏ : ମେଣ୍ଟରୁ ଓହରିବ ଆରଏଲ୍‌ପି  !

December 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନୂତନ କୃଷି ବିଲକୁ ନେଇ ଦେଶବ୍ୟାପୀ କୃଷକ ମାନେ ଆନେ୍ଦାଳନରେ ବସିଥିବା ବେଳେ ବିଜେପି ପାଇଁ ଅଡୁଆ ବଢିବାରେ ଲାଗିଛି । ଏହି ବିଲକୁ ପ୍ରତ୍ୟାହାର ନକଲେ ଏନଡିଏ ମେଣ୍ଟରୁ ଓହରିବାର ଧମକ ଦେଇଛି ରାଷ୍ଟ୍ରୀୟ ଲୋକତାନ୍ତ୍ରିକ ପାର୍ଟି । ଆରଏଲପିର ମୁଖପାତ୍ର ତଥା ନାଗପୁରର ସାଂସଦ ହନୁମାନ ବେନିୱାଲ ଅମିତ ଶାହାଙ୍କୁ ଟାର୍ଗେଟ କରି ଏକାଧିକ ଟ୍ୱିଟ କରିଛନ୍ତି । ନୂତନ କୃଷି ବିଲକୁ ନେଇ ସମଗ୍ର ଦେଶରେ ବିରୋଧ କରାଯାଉଛି । ଯଦି ଏହି ନୂତନ ବିଲକୁ ପ୍ରତ୍ୟାହାର କରାନଯାଏ ତେବେ ଏନଡିଏ ସହିତ ନିଜର ମେଣ୍ଟ ଭାଙ୍ଗିବାକୁ ଦଳ ବାଧ୍ୟ ହେବ ବୋଲି ବେନିୱାଲ ଟ୍ୱିଟ କରିଛନ୍ତି ।

ଅନ୍ୟ ଏକ ଟ୍ୱିଟରେ ବେନିୱାଲ ଲେଖିଛନ୍ତି ଆରଏଲପି ଏପରି ଏକ ରାଜନୈତିକ ଦଳ ଯାହାକି କୃଷକ ଏବଂ ଯବାନଙ୍କ ପାଇଁ ସର୍ବଦା ସ୍ୱର ଉତ୍ତୋଳନ କରିଥାଏ । ଯଦି କେନ୍ଦ୍ର ସରକାରଙ୍କ ପକ୍ଷରୁ କୌଣସି ଠୋସ ପଦକ୍ଷେପ ଗ୍ରହଣ କରାନଯାଏ ତେବେ ଦଳ ନିଜର ସମର୍ଥନ ପ୍ରତ୍ୟାହର କରିବ ବୋଲି ବେନିୱାଲ କହିଛନ୍ତି । ନୂତନ କୃଷି ଆଇନକୁ ତୁରନ୍ତ ପ୍ରତ୍ୟାହାର କରି ସ୍ୱାମୀନାଥନ କମିଶନଙ୍କ ପ୍ରସ୍ତାବକୁ ଲାଗୁ କରିବା ପାଇଁ ବେନିୱାଲ ଦାବି କରିଛନ୍ତି । ସୂଚନାଯୋଗ୍ୟ, ନୂତନ କୃଷିବିଲ୍‌କୁ ବିରୋଧ କରି ପଞ୍ଜାବର ଅକାଳୀ ଦଳ ଏନ୍‌ଡିଏ ସହ ସମ୍ପର୍କ ଛିନ୍ନ କରି ସାରିଛି । (ଏଜେନ୍ସି)

NDA newagriculturalbill rlp
Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026
Latest News

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.