Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌ :  ୨୪ ଘଣ୍ଟାରେ ୩୬ ହଜାର ନୂତନ ଆକ୍ରାନ୍ତ, ୫୦୧ ମୃତ
ଆଜିର ଖବର

କରୋନା ଅପଡେଟ୍‌ :  ୨୪ ଘଣ୍ଟାରେ ୩୬ ହଜାର ନୂତନ ଆକ୍ରାନ୍ତ, ୫୦୧ ମୃତ

December 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ ଗତ ୨୪  ଘଣ୍ଟାରେ ୩୬ ହଜାର ୬୦୪ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫୦୧ ଜଣଙ୍କର ମୃତ୍ୟୁ ଘଟିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଲକ୍ଷ ୯୯ ହଜାର ୪୧୩କୁ ବୃଦ୍ଧି ପାଇ ଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୮ ହଜାର ୧୨୨ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ଦେଶରେ ୪ ଲକ୍ଷ ୩୫ ହଜାର ୬୦୩ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ସୁସ୍ଥ ହୋଇଛନ୍ତି ୮୯ ଲକ୍ଷ ୩୨ ହଜାର ୬୪୭ ଜଣ। ବିଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୬୨ ଜଣ  ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ବିଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରୁ ସର୍ବାଧିକ ୪୯୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୯୫ ମୃତ୍ୟୁ ହୋଇଛି। ଦିଲ୍ଲୀରେ ୪୦୦୬ ଏବଂ କେରଳରେ ୫୩୭୫ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦିଲ୍ଲୀରେ ୮୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପଶ୍ଚିମବଙ୍ଗରେ ୫୨ ଜଣଙ୍କ ମୃତ୍ୟୁ ଘଟିଛି ।

ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ଅତିକ୍ରମ କରିଛି । ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୩୮ ଲକ୍ଷ ୨୪ ହଜାର ୭୧୭ରେ ପହଞ୍ଚିଥିବା ବେଳେ ଏହା ମଧ୍ୟରୁ ୪କୋଟି ୯ ଲକ୍ଷ ୯୯ ହଜାର ୭୭୮ ଜଣ ସୁସ୍ଥ ହୋଇଛନ୍ତି । ୧୪ ଲକ୍ଷ ୭୯ ହଜାର ୯୪୩ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ୨ କୋଟି ୧୩ ଲକ୍ଷ ୪୪ ହଜାର ୯୯୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଆମେରିକାରେ ସର୍ବାଧିକ ଆକ୍ରାନ୍ତ ଏବଂ ମୃତ୍ୟୁ ହୋଇଥିବା ବେଳେ ଆକ୍ରାନ୍ତଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛି ଭାରତ ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.