ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି । ରାଜ୍ଯରେ ଆଉ ଛଅଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1750କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମରୁ ସର୍ବାଧିକ ଦୁଇ ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ଭୁବନେଶ୍ବର, ମୟୂରଭଞ୍ଜ. ଝାରସୁଗୁଡା ଓ ବାଲେଶ୍ବରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମରୁ 58 ବର୍ଷୀୟ ପୁରୁଷ ଓ 68 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ବାଲେଶ୍ବରରୁ 82 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ 74 ବର୍ଷୀୟ ପୁରୁଷ, ଝାରସୁଗୁଡାରୁ 68 ବର୍ଷୀୟ ପୁରୁଷ ଓ ମୟୂରଭଞ୍ଜରୁ 71 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।