ପୁରୀ ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ୍ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published: Dec 2, 2020, 5:38 pm IST

ଭୁବନେଶ୍ୱର :  ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ପାଇଁ ଖୁବ୍ ଶୀଘ୍ର ସ୍ୱତନ୍ତ୍ର ଆଇନ୍ ଆସିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ବୁଧବାର ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୁରୀ ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ସ୍ୱତନ୍ତ୍ର ଆଇନ୍ ଦ୍ୱାରା ପରିଚାଳିତ ହେବ । ଏହାସହ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟରେ ସନ୍ତୋଷ ପ୍ରକାଶ କରିବାସହ ଏଥିପାଇଁ ଜମି ଦେଇଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Related posts