ରାଜ୍ୟରେ ଆଉ ପାଞ୍ଚ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Published: Dec 3, 2020, 11:27 am IST

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ଯରେ  ଆଉ ପାଞ୍ଚଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୫୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଗଞ୍ଜାମରୁ ସର୍ବାଧିକ ତିନିଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ଭୁବନେଶ୍ବର ଓ ନୟାଗଦ୍ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମରୁ ୮୨ ବର୍ଷୀୟ ପୁରୁଷ, ୫୪ବର୍ଷୀୟ ପୁରୁଷ ଓ ୫୯ ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଛି। ସେହିପରି ଭୁବନେଶ୍ବରରୁ ୫୭ ବର୍ଷୀୟ ପୁରୁଷ ଓ ନୟାଗଡରୁ ୫୨ ବର୍ଷୀୟ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Related posts