ଅଫଲାଇନ୍‌ରେ ହେବ ମାଟ୍ରିକ୍ ଓ +2 ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ

Published: Dec 3, 2020, 1:08 pm IST

ଭୁବନେଶ୍ବର :  ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ରାଜ୍ୟରେ ଯେତେବେଳେ ବି ପରୀକ୍ଷା ହେବ ଅଫଲାଇନ୍‌ରେ ହିଁ ହେବ ବୋଲି କହିଛନ୍ତି ମନ୍ତ୍ରୀ ସମୀର ଦାଶ । ତେବେ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା ବିଳମ୍ବରେ ହେବ ବୋଲି ମଧ୍ୟ କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ଅଫଲାଇନ୍‌ରେ ପରୀକ୍ଷା ପାଇଁ ସିବିଏସ୍ଇ ନିଷ୍ପତ୍ତି ନେଇଛି। ସେହି ଆଧାରରେ ରାଜ୍ୟରେ ବି ଅଫଲାଇନ୍‌ରେ ପରୀକ୍ଷା ହେବ । ପରୀକ୍ଷା ନିହାତି ବିଳମ୍ବରେ ହେବ। ଆଉ ତା ପୂର୍ବରୁ ଶିକ୍ଷାଦାନ ଦିଆଯିବ ।ନବମରୁ ଦ୍ୱାଦଶ ଶ୍ରେଣୀ ଖୋଲିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ସ୍କୁଲ୍ ଖୋଲିବା ନେଇ ସବୁ ପକ୍ଷଙ୍କ ସହ ବିଚାରବିମର୍ଶ ଚାଲିଛି । ଖୁବଶୀଘ୍ର ନିଷ୍ପତ୍ତି ଜଣାଯିବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

Related posts