
ଭୁବନେଶ୍ୱର: ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଭାରତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ନୟାଗଡ ଜିଲ୍ଲାପାଳ ଏବଂ ଏସ୍.ପିଙ୍କୁ ସମନ କରିଛି। ଉଭୟଙ୍କୁ ବ୍ୟକ୍ତିଗତ ଭାବେ ହାଜିର ହେବା ପାଇଁ ସମନ ଦିଆଯାଇଛି। ଏନେଇ ଏନସିପିସିଆର ଅଧ୍ୟକ୍ଷ ପ୍ରିୟଙ୍କ କାନୁନଗୋ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ଏହି ସମନ କରାଯିବା ପରେ ଏନସିପିସିଆରକୁ କୃତଜ୍ଞତା ଜଣାଇଛନ୍ତି ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ୍ ପାତ୍ର।