ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪୨ ଜଣ କରୋନା ଆକ୍ରାନ୍ତ

Published: Dec 4, 2020, 7:59 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୬୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ମୟୂରଭଞ୍ଜରୁ ସର୍ବାଧିକ ୭୦ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୫୪, ବାଲେଶ୍ବରରୁ ୫୩, ଖୋର୍ଦ୍ଧାରୁ ୫୦, କଟକରୁ ୪୮, ଅନୁଗୁଳରୁ ୪୦, ବଲାଙ୍ଗିରିରୁ ୪୦, କଳାହାଣ୍ଡିରୁ ୩୨, ଜଗତସିଂହପୁରରୁ ୩୧, ପୁରୀରୁ ୨୮, ବରଗଡରୁ ୨୧, ନୂଆପଡ଼ାରୁ ୧୮, ଯାଜପୁରରୁ ୨୧, କେନ୍ଦୁଝରରୁ ୧୫, ଝାରସୁଗୁଡାରୁ ୧୪, କେନ୍ଦ୍ରାପଡାରୁ ୧୩, ସମ୍ବଲପୁରରୁ ୯, ଗଞ୍ଜାମରୁ ୮, କୋରାପୁଟରୁ ୭, ନବରଙ୍ଗପୁରରୁ ୭, ରାୟଗଡାରୁ ୭, ଢେଙ୍କାନାଳରୁ ୬, ସୋନପୁରରୁ ୬, ବୌଦ୍ଧରୁ ୫, ମାଲକାନଗିରିରୁ ୫, ଗଜପତିରୁ ୪, କନ୍ଧମାଳରୁ ୪, ଦେବଗଡ଼ରୁ ୩, ନୟାଗଡରୁ ୪ ଏବଂ ଏବଂ ଷ୍ଟେଟ୍ ପୁଲରୁ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୪ ହଜାର ୬୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୩୯୪ ମଧ୍ୟରୁ ୩ ହଜାର ୯୧୬ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୬୦ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Related posts