ରାଜ୍ୟରେ କରୋନାରେ ପ୍ରାଣ ହରାଇଲେ ଆଉ ପାଞ୍ଚ ଜଣ ସଂକ୍ରମିତ

Published: Dec 5, 2020, 12:12 pm IST

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ପାଞ୍ଚଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୬୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଭୁବନେଶ୍ବରରୁରୁ ସର୍ବାଧିକ ଦୁଇଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ଜଗତସିଂହପୁର, ନୟାଗଡ ଏବଂ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ଭୁବନେଶ୍ୱରରୁ କରୋନା ସଂକ୍ରମିତ ଜଣେ ୫୫ ବର୍ଷୀୟ ପୁରୁଷ ଓ ଜଣେ ୭୯ ବର୍ଷୀୟ ମହିଳା ମୃତ୍ୟୁବରଣ କରିଛନ୍ତି। ନୟାଗଡ଼ ଜିଲ୍ଲାରୁ ଜଣେ ୫୦ ବର୍ଷୀୟ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀରେ ଜଣେ ୭୨ ବର୍ଷୀୟ ବୃଦ୍ଧ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।

Related posts