Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ହସ୍ପିଟାଲ୍ ର ଆଉ ଏକ ସଫଳତା: ଇକ୍‌ମୋ ପଦ୍ଧତିରେ ୯୦ ପ୍ରତିଶତ ନଷ୍ଟ ଫୁସ୍‌ଫୁସ୍‌କୁ ସୁସ୍ଥ କଲେ ଡାକ୍ତର
ଆଜିର ଖବର

ସମ୍ ହସ୍ପିଟାଲ୍ ର ଆଉ ଏକ ସଫଳତା: ଇକ୍‌ମୋ ପଦ୍ଧତିରେ ୯୦ ପ୍ରତିଶତ ନଷ୍ଟ ଫୁସ୍‌ଫୁସ୍‌କୁ ସୁସ୍ଥ କଲେ ଡାକ୍ତର

December 5, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କୋଭିଡ୍‌-୧୯ ସଂକ୍ରମିତ ହେଲେ ଅନେକ କ୍ଷେତ୍ରରେ ସଂକ୍ରମିତଙ୍କ ଫୁସ୍‌ଫୁସ୍ ଅଧିକ ମାତ୍ରାରେ ଆକ୍ରାନ୍ତ ହେଉଛି। କେତେକ କ୍ଷେତ୍ରରେ ଫୁସ୍‌ଫୁସ୍ ନଷ୍ଟ ହେବା ଦ୍ୱାରା ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟୁଛି। ତେବେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଏଭଳି ଜଣେ କରୋନା ସଂକ୍ରମିତଙ୍କର ଚିକିତ୍ସା ଇକ୍‌ମୋ ସର୍ଭାଇଭର୍ ପଦ୍ଧତିରେ କରାଯାଇ ତାଙ୍କୁ ସଂପୂର୍ଣ୍ଣ ସୁସ୍ଥ କରାଯାଇପାରିଛି। ଏକ୍ସଟ୍ରାକର୍ପୋରିଅଲ୍ ମେମ୍ବ୍ରେମ୍ ଅକ୍ସିଜେନେସନ୍ ଅର୍ଥାତ୍ ଇକ୍‌ମୋ ସାହାଯ୍ୟରେ ସଂକ୍ରମିତଙ୍କୁ ସୁସ୍ଥ କରିବାରେ ସଫଳ ହୋଇଛନ୍ତି ସମ୍ ଡାକ୍ତର।

ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଓଡ଼ିଶାର ପ୍ରଥମ ଥର ପାଇଁ ଏହି ଇକ୍‌ମୋ ସର୍ଭାଇଭର ମାଧ୍ୟମରେ ସଫଳତା ମିଳି ପାରିଛି। ଏହି ଇକ୍‌ମୋ ସର୍ଭାଇଭରକୁ କୃତ୍ରିମ ଫୁସଫୁସ୍ ବୋଲି ମଧ୍ୟ ଡାକ୍ତରୀ ଭାଷାରେ କୁହାଯାଉଛି।

୪୯ ବର୍ଷୀୟ ସୁଜିତ କୁମାର ସିଂହ ଗତ ସେପ୍ଟେମ୍ବର ୧୫ ତାରିଖରେ କରୋନା ସଂକ୍ରମିତ ହେବା ପରେ ସମ୍ କୋଭିଡ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ସେଠାରେ କିଛି  ଦିନ ଚିକିତ୍ସିତ ହେବା ପରେ ତାଙ୍କୁ ସମ୍ ହସ୍ପିଟାଲର କ୍ରିଟିକାଲ୍ କେୟାର ୟୁନିଟ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ କରୋନା ସଂକ୍ରମଣ ହେବା ପରେ ତାଙ୍କର ଦୁଇଟି ଯାକ ଫୁସଫୁସ୍‌ର ୯୦ ଭାଗ ନଷ୍ଟ ହୋଇଯାଇଥିଲା ଏବଂ ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ତୁରନ୍ତ ତାଙ୍କୁ ଭେନ୍‌ଟିଲେଟରରେ ରଖାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା। ହାଇଫ୍ଲୋ ନାଜାଲ୍ ଅକ୍ସିଜେନ୍ ବ୍ୟବହାର କରାଯିବା ସତ୍ୱେ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ନ ଘଟିବାରୁ ତାଙ୍କୁ ଇକ୍‌ମୋ ପଦ୍ଧତିରେ ଚିକିତ୍ସା କରାଯାଇଥିଲା।

ଇକ୍‌ମୋ ପଦ୍ଧତି ପ୍ରୟୋଗ ଦ୍ୱାରା ତାହା ଶରୀରରେ ଥିବା ଫୁସ୍‌ଫୁସ୍‌ର କାର୍ଯ୍ୟ କଲା ଏବଂ ସେହି ସମୟରେ କ୍ଷତିଗ୍ରସ୍ତ ଫୁସ୍‌ଫୁସ୍‌କୁ ସୁସ୍ଥ କରିବାରେ ଲାଗି ପଡ଼ିଲେ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରୀ ଟିମ୍। ବେଶ କିଛି ଦିନ ଧରି ଏହି ପଦ୍ଧତିରେ ତାଙ୍କର ଚିକିତ୍ସା କରାଗଲା ଏବଂ ସେ ଧୀରେ ଧୀରେ ସୁସ୍ଥ ହେବାରେ ଲାଗିଲେ। ରୋଗୀ ଜଣକଙ୍କର ସ୍ୱାସ୍ଥ୍ୟାବସ୍ଥାରେ କିଛିଟା ସୁଧାର ଆସିବା ପରେ ଇକ୍‌ମୋ କଢ଼ାଯାଇ କେବଳ ଭେନ୍‌ଟିଲେଟରରେ ରଖାଗଲା। ତେବେ ତାଙ୍କୁ ସଂପୂର୍ଣ୍ଣ ସୁସ୍ଥ କରିବା ପାଇଁ ଆଇସିୟୁରେ ଫିଜିଓଥେରାପି ମଧ୍ୟ କରାଯାଇଥିଲା ବୋଲି ସୂଚନା ଦେଇଛନ୍ତି ସମ୍ ହସ୍ପିଟାଲ୍ କ୍ରିଟିକାଲ୍ କେୟାର ବିଭାଗର ମୁଖ୍ୟ ଡଃ ଶକ୍ତିବେଦାନ୍ତ ମିଶ୍ର। ଦୀର୍ଘ ଦୁଇ ମାସ ର ଚିକିତ୍ସା ଓ ହସ୍ପିଟାଲ୍‌ର କ୍ରିଟିକାଲ୍ କେୟାର୍ ୟୁନିଟ୍‌ର ପ୍ରତ୍ୟକ୍ଷ ତତ୍ୱାବଧାନ, ପ୍ରଚେଷ୍ଟା ଓ ଉଦ୍ୟମ ଫଳରେ ରୋଗୀ ଜଣକ ଏବେ ସୁସ୍ଥ ହୋଇଥିବା ଜଣାପଡ଼ିଛି।

ସମ୍ ହସ୍ପିଟାଲ୍‌ରେ ଇକ୍‌ମୋ ପଦ୍ଧତିରେ ଚିକିତ୍ସା କରାଯାଇ କରୋନା ସଂକ୍ରମିତଙ୍କୁ ସୁସ୍ଥ କରାଯିବା ଓଡ଼ିଶାରେ ଏକ ବିରଳ ସଫଳତା ବୋଲି କହିଛନ୍ତି ସମ୍ ହସ୍ପିଟାଲ୍‌ର କାର୍ଡିଓଥୋରାସିକ୍ ଆଣ୍ଡ ଭାସ୍କୁଲାର ସର୍ଜରୀ ବିଭାଗର ମୁଖ୍ୟ ଡଃ ଦେବାଶିଷ ସାହୁ।
ହସ୍ପିଟାଲର ଏକ ୭ ଜଣିଆ ଡାକ୍ତରୀ ଟିମ୍ ଏହି ଚିକିତ୍ସା ପଦ୍ଧତିରେ ସାମିଲ୍ ଥିଲେ। ଏହି ଟିମ୍‌ରେ ଡଃ ମିଶ୍ର ଓ ଡଃ ସାହୁଙ୍କ ସମେତ କ୍ରିଟିକାଲ୍ କେୟାର ବିଭାଗର ଆସୋସିଏଟ୍ ପ୍ରଫେସର ଡଃ ଅରୁଣ ରଥ ଓ ଡଃ ଅଭିଳାଷ ଦାଶ, ଫିଜିଓଥେରାପି ବିଭାଗ ମୁଖ୍ୟ ଡଃ ସ୍ଥିତିପ୍ରଜ୍ଞା ଦଳବେହେରା, କନ୍‌ସଲ୍‌ଟାଂଟ୍ , କାର୍ଡିଆକ ଆନେସ୍‌ଥେସିଆ ଡଃ ସୁଶାନ୍ତ ଭୋଇ ଏବଂ ପର୍‌ଫ୍ୟୁଜନିଷ୍ଟ ସନାତନ ଚାନ୍ଦ ସାମିଲ୍ ଥିଲେ।

ଫୁସ୍‌ଫୁସ୍ ସମ୍ ହସ୍ପିଟାଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.