ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୫ ଜଣ କରୋନା ଆକ୍ରାନ୍ତ

Published: Dec 5, 2020, 8:11 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୬୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି କଟକ, ଖୋର୍ଦ୍ଧା ଏବଂ ସୁନ୍ଦରଗଡରୁ ୬୭ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୬୩, ମୟୂରଭଞ୍ଜରୁ ୩୭, କଳାହାଣ୍ଡିରୁ ୩୫, କେନ୍ଦ୍ରାପଡାରୁ ୨୬, କେନ୍ଦୁଝରରୁ ୨୪, ବରଗଡରୁ ୨୦, ବଲାଙ୍ଗିରିରୁ ୨୦, ନୂଆପଡ଼ାରୁ ୨୦, ଯାଜପୁରରୁ ୧୭, ପୁରୀରୁ ୧୫, ଝାରସୁଗୁଡାରୁ ୧୪, ସମ୍ବଲପୁରରୁ ୧୪, ବାଲେଶ୍ବରରୁ ୧୨, ଜଗତସିଂହପୁରରୁ ୧୨, ଭଦ୍ରକରୁ ୧୧, କନ୍ଧମାଳରୁ ୯, ଢେଙ୍କାନାଳରୁ ୬, ଗଞ୍ଜାମରୁ ୫, ନୟାଗଡରୁ ୪, ରାୟଗଡାରୁ ୪, ବୌଦ୍ଧରୁ ୩, ଗଜପତିରୁ ୩, କୋରାପୁଟରୁ ୩, ମାଲକାନଗିରିରୁ ୩, ନବରଙ୍ଗପୁରରୁ ୩, ଦେବଗଡରୁ ୨, ସୋନପୁରରୁ ୨ ଏବଂ ଷ୍ଟେଟ୍ ପୁଲରୁ ୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୫ ହଜାର ୨୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୮୦୩ ମଧ୍ୟରୁ ୩ ହଜାର ୭୧୫ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୬୫ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

 

Related posts