ରାଜ୍ୟରେ ଆଉ ୬ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

Published: Dec 6, 2020, 11:38 am IST

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୬ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୭୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଦୁଇଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ବାଲେଶ୍ଵର, ବଲାଙ୍ଗିରି, କଳାହାଣ୍ଡି, ଓ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Related posts