Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ୍-୧୯ ପରିସ୍ଥିତି ଆଜି ନୂତନତ୍ୱକୁ ପ୍ରଧାନ୍ୟ ଦେବାର ନୂଆ ମାର୍ଗ ଦେଖାଇଛି-ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

କୋଭିଡ୍-୧୯ ପରିସ୍ଥିତି ଆଜି ନୂତନତ୍ୱକୁ ପ୍ରଧାନ୍ୟ ଦେବାର ନୂଆ ମାର୍ଗ ଦେଖାଇଛି-ଧର୍ମେନ୍ଦ୍ର ପ୍ରଧାନ

December 6, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ଦେଶର ବିକାଶ ଏବଂ ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ବିଜ୍ଞାନ, ଜ୍ଞାନକୌଶଳ, ନବଉନ୍ମେଷର ଭୂମିକା ମହତ୍ୱପୂର୍ଣ୍ଣ ବୋଲି ଶନିବାର ବିଜ୍ଞାନ ଏବଂ ଶିଳ୍ପ ଗବେଷଣା ପରିଷଦ – ଖଣିଜ ଏବଂ ପଦାର୍ଥ ପ୍ରାଧୋଗିକ ସଂସ୍ଥା, ଭୁବନେଶ୍ୱର (ସିଏସଆଇଆର-ଆଇଏମଏମଟି) ପକ୍ଷରୁ ଆୟୋଜିତ ଷଷ୍ଠ ଭାରତ ଆନ୍ତର୍ଜାତିକ ବିଜ୍ଞାନ ଉତ୍ସବ ୨୦୨୦ ରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

“ଆତ୍ମନିର୍ଭର ଭାରତ ଏବଂ ବିଶ୍ୱ କଲ୍ୟାଣ ପାଇଁ ବିଜ୍ଞାନ” ଶୀର୍ଷକ ଏହି ଭର୍ଚୁଆଲ ସମାରୋହରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ କୋଭିଡ୍-୧୯ ର ପରିସ୍ଥିତି ଆଜି ନୂତନତ୍ୱକୁ ପ୍ରଧାନ୍ୟ ଦେବାର ନୂଆ ମାର୍ଗ ଦେଖାଇଛି ଏବଂ ପୂର୍ବାପେକ୍ଷା ବିଜ୍ଞାନର କ୍ଷମତାକୁ ଅଧିକ ସୁଦୃଢ଼ କରିବା ଗୁରୁତ୍ୱପୂର୍ଣ୍ଣ ବୋଲି ଶିକ୍ଷା ଦେଇଛି। ଏହି ଅବସରରେ ସେ ଦେଶର ବୈଜ୍ଞାନିକ ସମୁଦାୟଙ୍କୁ ବାସ୍ତବ ଜୀବନର ଶିଳ୍ପ ଏବଂ ସାମାଜିକ ସମସ୍ୟାର ସମାଧାନ କରିବା ଏବଂ ‘ଇନୋଭେଟ୍ ଫର୍ ଇଣ୍ଡିଆ’ ଦିଗରେ ଅଧିକ କାମ କରିବାକୁ ଆହ୍ୱାନ କରିଛନ୍ତି।

ଦେଶର ବୈଜ୍ଞାନିକ ସମୂହମାନେ ପ୍ରମାଣିତ କରିଛନ୍ତି ଯେ ଯେତେବେଳେ ଦେଶ ଆହ୍ୱାନର ସମ୍ମୁଖୀନ ହୁଏ ସେତେବେଳେ ସେମାନଙ୍କ ଦ୍ୱାରା ଇନୋଭେସନ ହିଁ ଆମକୁ ସେହି ଆହ୍ୱାନରୁ ଉଦ୍ଧାର କରିଥାଏ। ମହାକାଶ ଠାରୁ କୃଷି, ଔଷଧ ଠାରୁ ତୈଳ, ଗ୍ୟାସ ଏବଂ ଇସ୍ପାତ ଯାଏଁ ଦେଶର ବୈଜ୍ଞାନିକମାନେ ଆତ୍ମନିର୍ଭର ହେବା ସହ ବିଶ୍ୱର ସାମଗ୍ରିକ କଲ୍ୟାଣ କରିବାରେ ବହୁତ ବଡ଼ ସଫଳତା ହାସଲ କରିଛନ୍ତି। ଆଇଆଇଏସଏଫ-୨୦୨୦ ସଫଳତା ପାଇବା ସହ ଏହା ବିଜ୍ଞାନ ଏବଂ ସମାଜ ସହିତ ଯୋଡ଼ିହୋଇ ଭାରତକୁ ଅଧିକ ଆତ୍ମନିର୍ଭର କରିବା ପାଇଁ ନୂଆ ନୂଆ ଉଦ୍ୟୋଗୀ ଇନୋଭେସନ ଆଣିବା ନେଇ ଶ୍ରୀ ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି।

ଉଲ୍ଲେଖନୀୟ ଯେ, ଏହି କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ହର୍ଷବର୍ଦ୍ଧନ, ଡିଏସଆଇଆରର ଡିସି, ସିଏସଆଇଆର ଏବଂ ସଚିବ ଡା. ଶେଖର ସିଂ ମାଣ୍ଡେ, ସିଏସଆଇଆର-ଆଇଏମଏମଟିର ନିର୍ଦ୍ଦେଶତ ସୁଧାସତ୍ୱା ବାସୁ ପ୍ରମୁଖ ଯୋଗଦେଇଥିଲେ।

କୋଭିଡ୍-19 ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026

PCB ପାଇଁ ବଢିଲା ସମସ୍ୟା!: ପାକିସ୍ତାନର ଅଭ୍ୟାସ ମ୍ୟାଚ୍ ବାତିଲ କଲା ICC, ଜାଣନ୍ତୁ କାରଣ

February 5, 2026

ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ଉପରେ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 5, 2026
Latest News

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026

PCB ପାଇଁ ବଢିଲା ସମସ୍ୟା!: ପାକିସ୍ତାନର ଅଭ୍ୟାସ ମ୍ୟାଚ୍ ବାତିଲ କଲା ICC, ଜାଣନ୍ତୁ କାରଣ

February 5, 2026

ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ଉପରେ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 5, 2026

ଭାରତ ନେତ୍ର ଅଧୀନରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.