ଆଜି ରାଜ୍ୟରୁ ପୁଣି ସୁସ୍ଥ ହେଲେ ୫୭୦ ଜଣ କରୋନା ଆକ୍ରାନ୍ତ

Published: Dec 6, 2020, 8:02 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୫୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଅନୁଗୁଳରୁ ୭୮ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୪, ମୟୂରଭଞ୍ଜରୁ ୫୧, ସୁନ୍ଦରଗଡରୁ ୪୩, ବଲାଙ୍ଗିରିରୁ ୪୧, ଖୋର୍ଦ୍ଧାରୁ ୪୦, ପୁରୀରୁ ୩୭, ବାଲେଶ୍ବରରୁ ୩୪, କଳାହାଣ୍ଡିରୁ ୨୪, ଜଗତସିଂହପୁରରୁ ୨୦, ଯାଜପୁରରୁ ୧୮, ନୂଆପଡ଼ାରୁ ୧୭, ବରଗଡରୁ ୧୪, କେନ୍ଦୁଝରରୁ ୧୪, କେନ୍ଦ୍ରାପଡାରୁ ୧୩, ସମ୍ବଲପୁରରୁ ୧୩, ଭଦ୍ରକରୁ ୧୨, ଢେଙ୍କାନାଳରୁ ୮, ଝାରସୁଗୁଡାରୁ ୭, ନବରଙ୍ଗପୁରରୁ ୬, ରାୟଗଡାରୁ ୩, ସୋନପୁରରୁ ୩, ଦେବଗଡରୁ ୨, ଗଞ୍ଜାମରୁ ୨, କନ୍ଧାମଳରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ବୌଦ୍ଧରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ୍ ପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୫ ହଜାର ୮୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୧୯୬ ମଧ୍ୟରୁ ୩ ହଜାର ୫୩୨ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୭୧ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Related posts