
ନୂଆଦିଲ୍ଲୀ : ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬ ହଜାର ୫୬୭ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୩୮୫ ଜଣଙ୍କର ମୃତ୍ୟୁ ଘଟିଛି। ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୫୬୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୩ ହଜାର ୭୭୦ ରେ ପହଞ୍ଚିଛି। ୩୮୫ ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୦ ହଜାର ୯୫୮ ରେ ପହଞ୍ଚିଛି।
ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯ ହଜାର ୪୫ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ନୂତନ ଆରୋଗ୍ୟଙ୍କୁ ମିଶାଇ ଦେଶରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୧ ଲକ୍ଷ ୭୮ ହଜାର ୯୪୬ ରେ ପହଞ୍ଚିଛି। ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୩ ହଜାର ୮୬୬ ରେ ପହଞ୍ଚିଛି।