Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୨ ମାସ ଶିଶୁର ଖାଦ୍ୟନଳୀରୁ ସେଫ୍ଟିପିନ୍ ବାହାର କଲେ ସମ୍ ଅଲ୍ଟିମେଟ୍‌ର ସର୍ଜନ
ଆଜିର ଖବର

୧୨ ମାସ ଶିଶୁର ଖାଦ୍ୟନଳୀରୁ ସେଫ୍ଟିପିନ୍ ବାହାର କଲେ ସମ୍ ଅଲ୍ଟିମେଟ୍‌ର ସର୍ଜନ

December 10, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଏକ ବର୍ଷ ଶିଶୁର ଖାଦ୍ୟନଳୀରୁ ଗୋଟିଏ ଖୋଲା ସେଫ୍ଟିପିନ୍ ବାହାର କରି ପିଲାଟିର ଜୀବନ ବଂଚାଇବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ଡାକ୍ତର । ଏକ ବର୍ଷର ଶିଶୁର ଅୟାଂଶ କୁମାର ରାଉତର ପରିବାରବର୍ଗ ତା’ର ପ୍ରଥମ ଜନ୍ମଦିନ ପାଳନ କରିବାରେ ବ୍ୟସ୍ତ ରହିଥିବା ବେଳେ ଶିଶୁଟି ଗୋଟିଏ ଖୋଲା ସେଫ୍ଟିପିନ୍ ଗିଳି ଦେଇଥିଲା । ଏ ବିଷୟରେ ଅବଗତ ନ ଥିବା ତା’ର ପରିବାର ଲୋକେ ତାକୁ ଜୋର ଜବରଦସ୍ତ ଖାଦ୍ୟ ମଧ୍ୟ ଖୁଆଇଥିଲେ । ତେବେ ଯେତେବେଳେ ପିଲାଟିର କାଶ ଆରମ୍ଭ ହେଲା ଓ ସେ କାନ୍ଦିବାରେ ଲାଗିଲା ସେତେବେଳେ ବ୍ୟସ୍ତ ହୋଇ ତା’ ଅଭିଭାବକ ନିକଟସ୍ଥ ହସ୍ପିଟାଲକୁ ନେଇଥିଲେ । ଏକ୍ସରେ କରିବା ପରେ ତା’ର ଖାଦ୍ୟନଳୀରେ ଖୋଲା ସେଫ୍ଟିପିନ୍‌ଟି ଅଟକିଥିବାର ଜଣାପଡ଼ିଥିଲା । ଏହା ପରେ ତୁରନ୍ତ ତାକୁ ସମ୍‌ ଅଲ୍ଟିମେଟ୍ ମେଡିକେୟାରରେ ଭର୍ତି କରାଯାଇଥିଲା ।

ସମ୍ ଅଲ୍ଟିମେଟ୍ ମେଡିକେୟାରର ଇଏନ୍‌ଟି ଆଣ୍ଡ ସ୍କଲବେସ୍ ସର୍ଜରୀ ମୁଖ୍ୟ ଡଃ ରାଧାମାଧବ ସାହୁ ତରୁନ୍ତ ଶିଶୁଟିର ପରୀକ୍ଷା କରିବା ସହ କାଳବିଳମ୍ବ ନ କରି ସେଫ୍ଟିପିନ୍‌ଟିକୁ କାଢ଼ିବା ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଦେଇଥିଲେ । କୌଣସି ପ୍ରକାର ଦାଗ ସୃଷ୍ଟି ନ କରି ମିନିମାଲ୍ ଇନ୍‌ଭୋସିଭ୍ ସର୍ଜରୀ ପ୍ରକ୍ରିୟାରେ ସେଫ୍ଟିପିନ୍‌ଟିକୁ କାଢ଼ିବାରେ ସଫଳ ହୋଇଥିଲେ । ଏହି ପ୍ରକ୍ରିୟାକୁ ସୁଚାରୁରୂପେ ସଂପାଦନ କରିବା ନେଇ ସମ୍ମମ୍‌ର ଆନେସ୍‌ଥେସିଆ ବିଭାଗର ସିନିୟର୍ କନ୍‌ସଲ୍‌ଟାଂଟ ଡଃ ଦୀପଙ୍କର ପଢ଼ିହାରୀଙ୍କର ମଧ୍ୟ ଏକ ବଡ ଭୂମିକା ରହିଥିଲା । ଦୁଇ ଦିନ ଅବ୍‌ଜରଭେସନ୍‌ରେ ରଖିବା ପରେ ଶିଶୁଟିକୁ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ କରାଯାଇଥିଲା । ପିଲାମାନଙ୍କଠାରୁ ଏଭଳି ଜିନିଷକୁ କିଭଳି ଦୂରେଇ ରଖିବେ ସେ ନେଇ ବାପା ମା’ଙ୍କୁ ହସ୍ପିଟାଲ୍ ପକ୍ଷରୁ ବୁଝାଇ ଦିଆଯାଇଥିଲା ।

ଗୋଟିଏ ଖୋଲା ସେଫ୍ଟିପିନ୍ ଖାଦ୍ୟନଳୀ କିମ୍ବା ପାକସ୍ଥଳୀକୁ ଚାଲିଯାଇଥିଲେ ଅପରେସନ୍ ଜରିଆରେ ଏହାକୁ ବାହାର କରିବା ଏକ ବଡ ଚ୍ୟାଲେଞ୍ଜ ଏବଂ ଶିଶୁମାନଙ୍କ କ୍ଷେତ୍ରରେ ଏହା ବେଶ ବିପଦଜନକ ବୋଲି ଡଃ ସାହୁ କହିଛନ୍ତି । ଏହି ଘଟଣାରେ ସେଫ୍ଟିପିନ୍‌ର ମୁନିଆ ଭାଗଟି ହାଇପୋଫାରିନକ୍ସ କୁ ଫୁଟାଇ କମନ୍ କ୍ୟାରୋଟିଡ୍ ଆର୍ଟେରୀକୁ ସ୍ପର୍ଶ କରୁଥିଲା । ଏହି ପ୍ରକ୍ରିୟାରେ ସାମାନ୍ୟ ତ୍ରୁଟି ହୋଇଥିଲେ ଅତ୍ୟଧିକ ରକ୍ତସ୍ରାବ ହେବାର ସମ୍ଭାବନା ରହିଥିଲା । ଡଃ ସାହୁ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ବିଗତ ଦିନରେ ଏଭଳି ଅନେକ ଜଟିଳ ପ୍ରକ୍ରିୟାରେ ଶିଶୁମାନଙ୍କ ଜୀବନ ବଂଚାଇବାରେ ସଫଳ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ରେ ମୁଖ୍ୟମନ୍ତ୍ରୀ, ଦେଶ ବିଭାଜନର କଳା ଅଧ୍ୟାୟକୁ କଲେ ସ୍ମରଣ

August 15, 2026

‘ହର ଘର ତିରଙ୍ଗା’ ଅଭିଯାନ: ଦେଶପ୍ରେମ ଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ କଲା ଭାରତୀୟ ରେଳବାଇ

August 15, 2026

ଦେଶ ଭକ୍ତି, ଦେଶ ପ୍ରେମ ଓ ଜାତୀୟତାବୋଧର ପ୍ରତୀକ ତ୍ରିରଙ୍ଗା: ଭୁବନେଶ୍ୱର ସାଂସଦ

August 15, 2026

ଆଜି ଅଗଷ୍ଟ ୧୫ରେ କଣ ରହିଛି ଆପଣଙ୍କର ରାଶିଫଳ: ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

August 15, 2026
Latest News

‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ରେ ମୁଖ୍ୟମନ୍ତ୍ରୀ, ଦେଶ ବିଭାଜନର କଳା ଅଧ୍ୟାୟକୁ କଲେ ସ୍ମରଣ

August 15, 2026

‘ହର ଘର ତିରଙ୍ଗା’ ଅଭିଯାନ: ଦେଶପ୍ରେମ ଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ କଲା ଭାରତୀୟ ରେଳବାଇ

August 15, 2026

ଦେଶ ଭକ୍ତି, ଦେଶ ପ୍ରେମ ଓ ଜାତୀୟତାବୋଧର ପ୍ରତୀକ ତ୍ରିରଙ୍ଗା: ଭୁବନେଶ୍ୱର ସାଂସଦ

August 15, 2026

ଆଜି ଅଗଷ୍ଟ ୧୫ରେ କଣ ରହିଛି ଆପଣଙ୍କର ରାଶିଫଳ: ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

August 15, 2026

ବିନୟତୋଷ ମିଶ୍ର ହେଲେ ଅନ୍ତରୀଣ ଡିଜିପି, ନୂଆ ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ଦିଆଗଲା ଦାୟିତ୍ବ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.