Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଲକ୍ଷ କୋଟି ଟଙ୍କାର ପ୍ରଗତି ପ୍ରକଳ୍ପର ହେଲା ସମୀକ୍ଷା, ଜାଣନ୍ତୁ କଣ
ଜାତୀୟ ଖବର

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଲକ୍ଷ କୋଟି ଟଙ୍କାର ପ୍ରଗତି ପ୍ରକଳ୍ପର ହେଲା ସମୀକ୍ଷା, ଜାଣନ୍ତୁ କଣ

December 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ୩୪ତମ ପ୍ରଗତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିର ବୈଠକରେ, ବିଭିନ୍ନ ପ୍ରକଳ୍ପ, କାର‌୍ୟ୍ୟକ୍ରମ ଏବଂ ଅଭିଯୋଗ ସମୀକ୍ଷା କରାଯାଇଥିଲା। ରେଳ ମନ୍ତ୍ରଣାଳୟ, ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଏବଂ ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ସଂକ୍ରାନ୍ତ ପ୍ରକଳ୍ପଗୁଡ଼ିକ ସମୀକ୍ଷା କରାଯାଇଥିଲା। ମୋଟ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ଏହିସବୁ ପ୍ରକଳ୍ପ ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ଜମ୍ମୁ ଓ କଶ୍ମୀର, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ଦିଲ୍ଲୀ, ହରିୟାଣା, ଗୁଜରାଟ ଓ ଦାଦ୍ରା ନଗର ଓ ହାଭେଳି ସମେତ ୧୦ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶରେ ରହିଛି।

ଏହି ସମୀକ୍ଷା ଅବସରରେ, ଆୟୁଷ୍ମାନ ଭାରତ ଏବଂ ଜଳ ଜୀବନ ମିଶନ ଭଳି କାର‌୍ୟ୍ୟକ୍ରମର ସମୀକ୍ଷା କରାଯାଇଥିଲା। ଏହାଛଡ଼ା ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ ସଂକ୍ରାନ୍ତ ଅଭିଯୋଗ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା।

ଅଭିଯୋଗଗୁଡ଼ିକର ବିସ୍ତୃତ ସମାଧାନ ସୁନିଶ୍ଚିତ ଓ ତ୍ୱରାନ୍ୱିତ କରିବା ଲାଗି ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଯେଉଁସବୁ ପ୍ରକଳ୍ପ ସମୀକ୍ଷା କରାଯାଇଥିଲା, ସେଗୁଡ଼ିକୁ ଧାର‌୍ୟ୍ୟ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ କରିବା ଲାଗି ବିଳମ୍ବିତ ପ୍ରସଙ୍ଗଗୁଡ଼ିକର ଶୀଘ୍ର ସମାଧାନ ସୁନିଶ୍ଚିତ କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ମୁଖ୍ୟ ସଚିବମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେ କହିଥିଲେ ଯେ ଯଥାଶୀଘ୍ର ସମସ୍ତ ରାଜ୍ୟ ଆୟୁଷ୍ମାନ ଭାରତର ଶତପ୍ରତିଶତ ପଞ୍ଜୀକରଣ ସମ୍ପୂର୍ଣ୍ଣ କରିବା ଦିଗରେ ଧ୍ୟାନ ଦେବା ଉଚିତ। ସେହିପରି ଜଳ ଜୀବନ ମିଶନ ଅନ୍ତର୍ଗତ ଲକ୍ଷ୍ୟ ହାସଲ କରିବା ନିମନ୍ତେ ମିଶନ ମୋଡରେ କାର‌୍ୟ୍ୟ କରିବା ଲାଗି ଏକ କାର‌୍ୟ୍ୟଖସଡ଼ା ପ୍ରସ୍ତୁତ କରିବାକୁ ସେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ପରାମର୍ଶ ଦେଇଥିଲେ।

ପୂର୍ବରୁ ଅନୁଷ୍ଠିତ ୩୩ଟି ପ୍ରଗତି ସମୀକ୍ଷା ବୈଠକରେ ୧୮ଟି କ୍ଷେତ୍ରରେ ୨୮୦ଟି ପ୍ରକଳ୍ପ ସହିତ ୫୦ଟି କାର‌୍ୟ୍ୟକ୍ରମ/ଯୋଜନା ଏବଂ ଅଭିଯୋଗର ସମୀକ୍ଷା କରାଯାଇସାରିଛି।

narendr modi Pragati
Share. Facebook Twitter LinkedIn Email WhatsApp Copy Link

Related Posts

ଉପରାଷ୍ଟ୍ରପତି ନିର୍ବାଚନ: ସି.ପି. ରାଧାକୃଷ୍ଣନ୍ ବନାମ ସୁଦର୍ଶନ ରେଡ୍ଡୀ, ଜାଣନ୍ତୁ କାହାର ପଲ୍ଲା ଭାରି?

August 19, 2025

ଅନଲାଇନ୍ ଗେମିଂର ଜାଲରେ ଫସିଲେ ବ୍ୟବସାୟୀ, ହରାଇଲେ ୧୨ କୋଟି

August 19, 2025

ଭୁବନେଶ୍ବର ରିଙ୍ଗ ରୋଡ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ, ବ୍ୟୟ 8307 କୋଟି ଟଙ୍କା

August 19, 2025

୨୦୨୫ ଏସିଆ କପ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ

August 19, 2025
Latest News

ଉପରାଷ୍ଟ୍ରପତି ନିର୍ବାଚନ: ସି.ପି. ରାଧାକୃଷ୍ଣନ୍ ବନାମ ସୁଦର୍ଶନ ରେଡ୍ଡୀ, ଜାଣନ୍ତୁ କାହାର ପଲ୍ଲା ଭାରି?

August 19, 2025

ହିଣ୍ଡାଲକୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର

August 19, 2025

ଅନଲାଇନ୍ ଗେମିଂର ଜାଲରେ ଫସିଲେ ବ୍ୟବସାୟୀ, ହରାଇଲେ ୧୨ କୋଟି

August 19, 2025

ଭୁବନେଶ୍ବର ରିଙ୍ଗ ରୋଡ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ, ବ୍ୟୟ 8307 କୋଟି ଟଙ୍କା

August 19, 2025

୨୦୨୫ ଏସିଆ କପ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ

August 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.